ରାଜ୍ୟରେ ଆଉ ୩୦୯ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୩୦୦ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୧ ଜଣ ଓ କଟକ ଜିଲ୍ଲାରୁ ୧୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଯାଜପୁରରୁ ୧୫, ସମ୍ବଲପୁରରୁ ୮, ଗଜପତିରୁ ୭, ବାଲେଶ୍ୱର, ଜଗତ୍ସିଂହପୁର, ରାୟଗଡ଼ାରୁ ୫-୫, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରୁ ୪-୪, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଦେବଗଡ଼, ମୟୂରଭଂଜରୁ ୨-୨, ଗଂଜାମ, ପୁରୀରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।
