ରାଜ୍ୟରେ ଆଉ ୩୫୧ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଉ ୩୫୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୬୧୩ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୭ ଜଣ ଥିବାବେଳେ କଟକରୁ ୨୬, ସୁନ୍ଦରଗଡ଼ରୁ ୨୨, ସମ୍ବଲପୁରରୁ ୨୦, ବାଲେଶ୍ୱରରୁ ୧୫, ଯାଜପୁରରୁ ୧୪, ପୁରୀରୁ ୧୧, ଗଜପତି ଓ ଜଗତସିଂହପୁରରୁ ୮ ଜଣ ଲେଖାଏଁ, ଦେବଗଡ଼ରୁ ୭, ମାଲକାନଗିରି, ନୟାଗଡ଼ରୁ ୫ ଜଣ ଲେଖାଏଁ, ଭଦ୍ରକ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବଳାଙ୍ଗୀର, କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୨ ଜଣ ଲେଖାଏଁ, ଅନୁଗୁଳ, ଗଂଜାମ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲରୁ ୩୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
