ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୦୯ ଆକ୍ରାନ୍ତ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣରୁ ଶନିବାର ଆଉ ୨୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୨୨୮ରେ ପହଂଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୩୯ ଜଣ ଓ ଖୋର୍ଦ୍ଧା ଜିଲ୍ଲାରୁ ୨୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ସମ୍ବଲପୁରରୁ ୨୩, ଯାଜପୁରରୁ ୧୪, କଟକରୁ ୧୨, ଝାରସୁଗୁଡ଼ା, ମୟୂରଭଂଜରୁ ୧୧-୧୧, ବାଲେଶ୍ୱର, ବରଗଡ଼ରୁ ୯-୯, ଗଂଜାମ, ସୁନ୍ଦରଗଡ଼ରୁ ୮-୮, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁରରୁ ୬-୬, ଭଦ୍ରକରୁ ୪, ବଲାଙ୍ଗୀର, ଦେବଗଡ଼, ଜଗତସିଂହପୁର, କୋରାପୁଟ, ମାଲକାନଗିରି ଓ ନବରଂଗପୁରରୁ ୨ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦୁଝର, ପୁରୀରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍ ରୁ ୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।
