ରାଜ୍ୟରେ ଆଉ ୨,୧୧୦ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୯୩୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୨୧୩ ଓ ସ୍ଥାନୀୟ ଅଞ୍ଚଳରୁ ୮୯୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୪୭ହଜାର ୮୫୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪୬ ଜଣ ଥିବାବେଳେ ବାଲେଶ୍ୱରରୁ ୧୬୮ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୭୯ଜଣ, ବଲାଙ୍ଗୀରରୁ ୧୩ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୩୨୩ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ୩୫ଜଣ, ଗଜପତିରୁ ୧୧ଜଣ, ଗଞ୍ଜାମରୁ ୧୬ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୯୨ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୧୩୨ଜଣ, କେଉଁଝରରୁ ୬୬ ଜଣ, ଖୋର୍ଦ୍ଧାରୁ ୪୫୮ ଜଣ, କୋରାପୁଟରୁ ୧୯ଜଣ, ମାଲକାନଗିରିରୁ ୨୨ଜଣ, ମୟୁରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୭୪ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୧୩ ଜଣ, ରାୟଗଡ଼ାରୁ ୨୯ଜଣ, ସମ୍ୱଲପୁରରୁ ୧୯ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୬୨ ଓ ରାଜ୍ୟ ପୁଲରୁ ୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୪୭,୮୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୭,୮୫୯ ଜଣ ସୁସ୍ଥ ହୋଇଥିବା ବେଳେ ୨୨ହଜାର ୨୯୯ଜଣ ସକ୍ରିୟ ମାମଲା ରହିଛି ।
