ରାଜ୍ୟରେ ଆଉ ୧,୬୪୮ କରୋନା ସଂକ୍ରମିତ ଚିହ୍ନଟ
- କଟକରୁ ସର୍ବାଧିକ ୩୩୫ ଚିହ୍ନଟ
- ବାଲେଶ୍ୱରରେ ବହୁ ଦିନର ବ୍ୟବଧାନ ପରେ ୧୦୦ ତଳେ ସଂକ୍ରମିତ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୬୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୫୫ ଓ ସ୍ଥାନୀୟ ଅଞ୍ଚଳରୁ ୬୯୩ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୫୫ହଜାର ୯୭୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୯ ଜଣ ଥିବାବେଳେ ବାଲେଶ୍ୱରରୁ ୮୩ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୭୭ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୩୩୫ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୧୨ ଜଣ, ଯାଜପୁରରୁ ୧୧୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେଉଁଝରରୁ ୨୧ ଜଣ, ଖୋର୍ଦ୍ଧାରୁ ୨୩୦ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୩୫ ଜଣ, ମୟୁରଭଞ୍ଜରୁ ୭୭ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୩ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୨୧ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୩୩ ଓ ରାଜ୍ୟ ପୁଲରୁ ୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୫୫,୯୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୩୦,୪୧୮ ଜଣ ସୁସ୍ଥ ହୋଇଥିବା ବେଳେ ୨୦,୩୮୭ ଜଣ ସକ୍ରିୟ ମାମଲା ରହିଛି ।
