ରାଜ୍ୟରେ ଆଉ ୧,୭୦୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୭୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮୮ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୭୨ହଜାର ୫୧୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୯ ଜଣ ଥିବାବେଳେ ବାଲେଶ୍ୱରରୁ ୮୮ଜଣ, ବରଗଡ଼ରୁ ୬ଜଣ, ଭଦ୍ରକରୁ ୭୦ଜଣ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ୪ଜଣ, କଟକରୁ ୨୪୦ଜଣ, ଦେଓଗଡ଼ରୁ ୯ଜଣ, ଢେଙ୍କାନାଳରୁ ୫୨ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୧୦ଜଣ, ଜଗତସିଂହପୁରରୁ ୫୧ଜଣ, ଯାଜପୁରରୁ ୮୫ଜଣ, ଝାରସୁଗୁଡ଼ାରୁ ୫ଜଣ, କଳାହାଣ୍ଡିରୁ ୧୨ଜଣ, କନ୍ଧମାଳରୁ ୮ଜଣ, କେନ୍ଦ୍ରାପଡ଼ାରୁ ୧୪୯ଜଣ, କେନ୍ଦୁଝରରୁ ୨୮ଜଣ, ଖୋର୍ଦ୍ଧାରୁ ୩୮୬ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୬୨ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡ଼ରୁ ୪୬ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୩୯ଜଣ, ରାୟଗଡ଼ାରୁ ୩୩ଜଣ, ସମ୍ବଲପୁରରୁ ୧୫ଜଣ, ସୋନପୁରରୁ ୧୦ଜଣ, ସୁନ୍ଦରଗଡ଼ରୁ ୪୩ଜଣ ଓ ରାଜ୍ୟ ପୁଲରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୭୨,୫୧୭ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୯,୩୫୦ ଜଣ ସୁସ୍ଥ ହୋଇଥିବା ବେଳେ ୧୭,୪୧୧ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
