ରାଜ୍ୟରେ ଆଉ ୧,୪୩୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ଏବଂ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୪୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୩୨ ଓ ସ୍ଥାନୀୟ ଅଞ୍ଚଳରୁ ୬୦୫ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୭୮ହଜାର ୭୦୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪୭ ଜଣ ଥିବାବେଳେ ବାଲେଶ୍ୱରରୁ ୬୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୯୦ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୧ ଜଣ, କେଉଁଝରରୁ ୧୯ ଜଣ, ଖୋର୍ଦ୍ଧାରୁ ୪୦୯ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩୬ ଜଣ, ପୁରୀରୁ ୧୪୬ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧୩, ସୁନ୍ଦରଗଡ଼ରୁ ୨୯ ଓ ରାଜ୍ୟ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୭୮,୭୦୫ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୫୬,୮୨୮ ଜଣ ସୁସ୍ଥ ହୋଇଥିବା ବେଳେ ୧୫,୮୫୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
