ରାଜ୍ୟରେ ଆଉ ୧,୦୩୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ଏବଂ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୦୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୯୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୭୯ହଜାର୭୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪୮ ଜଣ ଥିବାବେଳେ ବାଲେଶ୍ୱରରୁ ୩୬ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୫୪ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୫ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୮୨ ଜଣ, ଯାଜପୁରରୁ ୪୩ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧୮ ଜଣ, କେଉଁଝରରୁ ୨୩ ଜଣ, ଖୋର୍ଦ୍ଧାରୁ ୨୩୭ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୦ ଜଣ, ନୂଆପଡ଼ାରୁ ୧, ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୨୩ ଓ ରାଜ୍ୟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୭୯,୭୩୭ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୫୮,୬୦୧ ଜଣ ସୁସ୍ଥ ହୋଇଥିବା ବେଳେ ୧୫,୦୫୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
