ରାଜ୍ୟରେ ଆଉ ୮୮୬ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ହଜାରେ ତଳେ ଦୈନିକ ସଂକ୍ରମଣ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୧୨ ଓ ସ୍ଥାନୀୟ ଅଞ୍ଚଳରୁ ୩୭୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୮୭ହଜାର ୯୫୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩୨ ଜଣ ଥିବାବେଳେ ବାଲେଶ୍ୱରରୁ ୬୨ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୩୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୮୧ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧୧ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୫୪ ଜଣ, ଯାଜପୁରରୁ ୬୦ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୩ ଜଣ, କେଉଁଝରରୁ ୧୮ ଜଣ, ଖୋର୍ଦ୍ଧାରୁ ୨୫୩ ଜଣ, କୋରାପୁଟରୁ ୭, ମାଲକାନଗିରିରୁ ୯ ଜଣ, ମୟୁରଭଞ୍ଜରୁ ୨୫ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ପୁରୀରୁ ୫୩ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୨ ଓ ରାଜ୍ୟ ପୁଲରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୮୭,୯୫୬ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୯,୯୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୧,୪୮୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୬୬,୨୬,୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।
