ରାଜ୍ୟରେ ଆଉ ୧,୦୪୧ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୦୫ ଓ ସ୍ଥାନୀୟ ଅଞ୍ଚଳରୁ ୪୩୬ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୮୮ହଜାର ୯୯୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୭ ଜଣ ଥିବାବେଳେ ବାଲେଶ୍ୱରରୁ ୨୩ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୧୫ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୧୩୨ଜଣ, ଦେବଗଡ଼ରୁ ୭ଜଣ, ଢେଙ୍କାନାଳରୁ ୧୦ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୧୧ଜଣ, ଜଗତସିଂହପୁରରୁ ୮୧ଜଣ, ଯାଜପୁରରୁ ୩୬ଜଣ, କଳାହାଣ୍ଡିରୁ ୫ଜଣ, କନ୍ଧମାଳରୁ ୫ଜଣ, କେନ୍ଦ୍ରାପଡ଼ାରୁ ୨୮ଜଣ, କେନ୍ଦୁଝରରୁ ୧୭ଜଣ, ଖୋର୍ଦ୍ଧାରୁ ୩୮୩ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜରୁ ୨୮ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ୨୮ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୩୪ଜଣ, ରାୟଗଡ଼ାରୁ ୨୬ଜଣ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡ଼ରୁ ୫ଜଣ ଓ ରାଜ୍ୟ ପୁଲରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୮୭,୯୫୬ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୯,୯୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୧,୪୮୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୬୬,୨୬,୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୮୮,୯୯୭ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୧,୩୯୧ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୯୮୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୬୬,୮୩,୭୬୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
