ରାଜ୍ୟରେ ଆଉ ୧,୧୦୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୧୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୪୬ ଓ ସ୍ଥାନୀୟ ଅଞ୍ଚଳରୁ ୪୬୧ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୧ହଜାର ୧୮୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୪ ଜଣ ଥିବାବେଳେ ବାଲେଶ୍ୱରରୁ ୬୬ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୩୬ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୩୦ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୫୩ ଜଣ, ଯାଜପୁରରୁ ୫୨ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୪୨ ଜଣ, କେଉଁଝରରୁ ୧୮ ଜଣ, ଖୋର୍ଦ୍ଧାରୁ ୩୯୭ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୧୦ ଜଣ, ମୟୁରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୭ ଓ ରାଜ୍ୟ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୦,୦୭୫ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୯,୯୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୧,୪୮୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୬୬,୨୬,୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୧,୧୮୨ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୩,୫୭୯ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୮୫୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୬୮,୧୭,୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
