ରାଜ୍ୟରେ ଆଉ ୪୪୮ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୫୯ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ସୋମବାର ୨୭ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୯ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୧ହଜାର ୬୯୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨ଜଣ ଥିବାବେଳେ ବାଲେଶ୍ୱରରୁ ୧୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ଜଣେ, କଟକରୁ ୪୮ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ୪ଜଣ, ଗଜପତିରୁ ଜଣେ, ଢେଙ୍କାନାଳରୁ ୪ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୧୯ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡ଼ାରୁ ୪ଜଣ, କେନ୍ଦ୍ରାପଡ଼ାରୁ ୧୩ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୨୦୮ଜଣ, କୋରାପୁଟରୁ ୨ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୧୭ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡ଼ରୁ ୧୦ଜଣ ଓ ରାଜ୍ୟ ପୁଲରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୨ହଜାର ୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୧୮ହଜାର ୭୪୯ ଜଣ ସୁସ୍ଥ ହୋଇଥିବା ବେଳେ ୫ହଜାର ୦୮୭ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୦୭,୦୯,୧୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
