ଭୁବନେଶ୍ୱର : ୧୮୪ ପଜିଟିଭ୍ ଓ ୨୪୩ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଂଚଳରୁ ଶନିବାର ଦିନ ଆଉ ୧୮୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୯ ଜଣ କ୍ୱାରେଂଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୨୭ ଜଣ ଲୋକାଲ ମାମଲା ରହିଛନ୍ତି । ସେହିପରି ଗତ ୨୪ ଘଂଟାରେ ଆଉ ୨୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବିଏମସି ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ଏଥିସହ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୧୦୪ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ୧୧୨୪୬୩ ଜଣ ସୁସ୍ଥ ହୋଇଥିବା ବେଳେ ୩୫୭୩ ସକ୍ରିୟ ମାମଲା ରହିଛି । ସେହିପରି ମୃତକଙ୍କ ସଂଖ୍ୟା ୧୦୪୭ ରହିଛି ।
