ଖସୁଛି ସଂକ୍ରମଣ, ରାଜ୍ୟରେ ଆଉ ୮ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଶେଷ ପର୍ୟ୍ୟାୟରେ କରୋନା ସଂକ୍ରମଣ । ଫଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହି ସଂକ୍ରମିତଙ୍କ ମଧ୍ୟରେ ଜଣେ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର କିଶୋର ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲାରୁ ଜଣେ, କଟକରୁ ୨ଜଣ, ଖୋର୍ଦ୍ଧାରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦର ଗଡ଼ରୁ ୨ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ମୋଟ କୋଭିଡ୍ ମାମଲା ୧୨,୮୭,୯୫୯ କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୨,୭୮,୬୭୨ ଜଣ ସୁସ୍ଥ ହୋଇଥିବାବେଳେ ୧୧୦ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରିଛି ।
