ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୫ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୨୨୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ନୟାଗଡ, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବରଗଡ଼, ଜଗତସିଂହପୁର,ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର,କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୧୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୧୬,୧୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୮୦,୯୯୭ ଜଣ ସୁସ୍ଥ ହୋଇଥିବା ବେଳେ ୩୦,୯୫୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୧୦୯ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
