ରାଜ୍ୟରେ ଆଉ ୨,୫୪୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୨ହଜାର ୫୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୪୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧ହଜାର ୦୮୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୩୨ହଜାର ୩୩୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬୦ଜଣ ଥିବାବେଳେ ବାଲେଶ୍ୱରରୁ୨୨୧ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୦୦ଜଣ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ୧୨ଜଣ, ବୌଦ୍ଧରୁ ୭ଜଣ, କଟକରୁ ୪୨୮ଜଣ, ଦେବଗଡ଼ରୁ ୭ଜଣ, ଢେଙ୍କାନାଳରୁ ୩୪ଜଣ, ଗଜପତିରୁ ୧୫ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୧୨୮ ଜଣ, ଯାଜପୁରରୁ ୧୩୯ ଜଣ, ଝାରସୁଗୁଡ଼ାରୁ ୨୪ ଜଣ, କଳାହାଣ୍ଡିରୁ ୧୦ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୬୭ଜଣ, କେଉଁଝରରୁ ୬୯ ଜଣ, ଖୋର୍ଦ୍ଧାରୁ ୪୨୪ଜଣ, କୋରାପୁଟରୁ ୪୦ଜଣ, ମାଲକାନଗିରିରୁ ୪୨ଜଣ, ମୟୁରଭଞ୍ଜରୁ ୧୨୪ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୮ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୫୦ଜଣ, ରାୟଗଡ଼ାରୁ ୩୭ଜଣ, ସମ୍ୱଲପୁରରୁ ୨୮ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫୭ ଏବଂ ରାଜ୍ୟ ପୁଲ୍ରୁ ୭୭ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୩୨,୩୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୦୦,୨୮୨ ଜଣ ସୁସ୍ଥ ହୋଇଥିବା ବେଳେ ୨୭ହଜାର ୫୮୦ଜଣ ସକ୍ରିୟ ମାମଲା ରହିଛି ।
