ଆଜିର ଭାଗ୍ୟଫଳ (ଶନିବାର, ୦୧ /୦୧/୨୦୨୨), ଶନିଦେବଙ୍କ କୃପାରୁ ନୂଆବର୍ଷରେ ଏହି ରାଶିଙ୍କୁ ମିଳିବ ଖୁସି ଖବର
ଆଜି ୨୦୨୨ ଜାନୁୟାରୀ ୧ । ଶନିବାର । ଧନୁ ମାସ ୧୭ ଦିନ । ପୌଷ ମାସ । କୃଷ୍ଣପକ୍ଷ । ତ୍ରୟୋଦଶୀ ତିଥି ସକାଳ ୭ଟା ୧୭ ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି କ୍ଷୟ, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ଦିବା ୧ଟା ୫୪ ମିନିଟ୍ ଗତେ ବୃଦ୍ଧି ଯୋଗ । ବାଣିଜ୍ୟ କରଣ, ସକାଳ ୭ଟା ୧୭ ମିନିଟ୍ ଗତେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ସନ୍ଧ୍ୟା ୭ଟା ୧୭ ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ସକାଳ ୭ଟା ୧୭ ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ।
ଯୋଗିନୀ- ଦକ୍ଷିଣେ ସକାଳ ୭ଟା ୧୭ ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୫ ମିନିଟ୍ ରୁ ୭ଟା ୪୬ ମିନିଟ୍, ଦିବା ୧ଟା ୧୧ମିନିଟ୍ ରୁ ୨ଟା ୩୨ମିନିଟ୍, ଦିବା ୩ଟା ୫୩ମିନିଟ୍ ରୁ ଦିବା ୫ଟା ୫୩ମିନିଟ୍, ସନ୍ଧ୍ୟା ୫ଟା ୧୫ମିନିଟ୍ ରୁ ୬ଟା ୫୩ମିନିଟ୍, ରାତ୍ରି ୪ଟା ୪୬ମିନିଟ୍ ରୁ ୬ଟା ୨୫ମିନିଟ୍ । ଶୁଭସମୟ- ସକାଳ ୭ଟା ୫୨ମିନିଟ୍ ରୁ ୯ଟା ୬ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୧ଟା ୧୦ମିନିଟ୍, ଦିବା ୨ଟା ୩୩ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୩ଟା ୪୯ମିନିଟ୍ ରୁ ୩ଟା ୫୨ମିନିଟ୍, ରାତ୍ର ୨ଟା ୫୫ମିନିଟ୍ ରୁ ରାତ୍ର ୩ଟା ୪୬ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଖ୍ରୀଷ୍ଟିୟ ନବବର୍ଷ ।
ମେଷ:-
ସାଧୁ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସାମାଜିକ ଉତ୍ସବରେ ଯୋଗ ଦେବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ରାଜନୀତି କାର୍ଯ୍ୟରେ ସଫଳତା ମିଳିବ । ଧନଲାଭ ହେବାରୁ ଖୁସି ହେବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ବିରୋଧୀମାନେ ହଇରାଣ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ଭଲ କାମ କରି ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାଜନୀତି କ୍ଷେତ୍ରରେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-
ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ । ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ । ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖି ପାରିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ରାଜନୀତି କ୍ଷେତ୍ରରେ ଜନ ସମ୍ପର୍କ ବୃଦ୍ଧି ପାଇବ । ବକେୟା ଅର୍ଥ କିଛି ମିଳିବ । କର୍ମ କ୍ଷେତ୍ରରେ ସଫଳତା ଲାଭକରି ସୁନାମ ଅର୍ଜନ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବିଚ୍ଛା:-
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ । ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ । ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଘଟିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ଧନୁ:-
ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । କର୍ମଜୀବି ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧି ପାଇବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁ ମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମକର:-
ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କୁମ୍ଭ:-
ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ଆଚାର ବ୍ୟବହାର କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ମୀନ:-
ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରଙ୍କ ସହଯୋଗରେ ଆଗକୁ ବଢିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପାଇଁ ପ୍ରସ୍ତୁତ ହୋଇ ପାରନ୍ତି । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
