ଆଜିର ଭାଗ୍ୟଫଳ (ରବିବାର, ୧୨/୧୨/୨୦୨୧), ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଅର୍ଥ
ଆଜି ୨୦୨୧ ଡିସେମ୍ବର ୧୨ । ରବିବାର । ବିଛା ମାସ ୨୭ ଦିନ । ମାର୍ଗଶୀର ମାସ । ଶୁକ୍ଳପକ୍ଷ । ନବମୀ ତିଥି । ଉତ୍ତରଭାଦ୍ରପଦ ନକ୍ଷତ୍ର । ମୀନ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ । ବାଳବ କରଣ, ସକାଳ ୭ଟା ୩୨ମିନିଟ୍ ଗତେ କୌଳବ କରଣ । ମେଷ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ରାତି ୮ଟା ୨ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୮ଟା ୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୧୦ଟା ୧୯ମିନିଟ୍ ରୁ ୧୧ଟା ୪୦ମିନିଟ୍, ଦିବା ୧୧ଟା ୪୦ମିନିଟ୍ ରୁ ଦିବା ୧ଟା ୧ମିନିଟ୍, ରାତ୍ରି ୧ଟା ୧୯ମିନିଟ୍ ରୁ ୨ଟା ୫୮ମିନିଟ୍ । ଶୁଭସମୟ- ସକାଳ ୬ଟା ୫୯ମିନିଟ୍ ରୁ ୯ଟା ୭ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ରାତ୍ର ୯ଟା ୨୭ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ୧ଟା ୧୮ମିନିଟ୍, ରାତ୍ର ୨ଟା ୫୯ମିନିଟ୍ ରୁ ୬ଟା ୧୫ମିନିଟ୍ ।
ମେଷ:-
ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ବ୍ୟବସାୟ କ୍ଷେତ୍ରରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପୁରୁଣା ସମ୍ପର୍କରୁ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।
ମିଥୁନ:-
ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ବନ୍ଧୁମିତ୍ର ମାନେ ସହଯୋଗ କରିବେ । ଦୂରସ୍ଥାନକୁ ଯାତ୍ରା କରି ଆନନ୍ଦ ଅନୁଭବ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।
କର୍କଟ:-
ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଣିଜ୍ୟ, ବ୍ୟବସାୟ, ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-
ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ । ଜୀବନସାଥିଙ୍କ ସହଯୋଗରେ କିଛି ମହତ୍ଵ ପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହେବ । ବନ୍ଧୁମିତ୍ର ଆର୍ଥିକ ସହାୟତା କରିବା ଫଳରେ ପରିବାରରେ ଲାଗିରହିଥିବା ସମସ୍ୟା ସମାଧାନ ହୋଇଯିବ । ଅଟୋମୋବିଲରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନକର ଆୟ ବଢିବା ସହ ପ୍ରତିଦ୍ଵନ୍ଦୀମାନେ ଦୂରେଇ ଯିବେ । ପିଲାମାନଙ୍କ ଭୁଲକୁ ଅଣଦେଖା କରିନ୍ତୁ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କନ୍ୟା:-
ଶତୃମାନେ ପରାଜିତ ହୋଇ ପାରିବାରିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା:-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଶତୃମାନେ ମଥାନତ କରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।
ବିଚ୍ଛା:-
ଯଦି କିଛି ନୂଆ କାର୍ଯ୍ୟ କରୁଛନ୍ତି ତାହାଲେ ଆପଣଙ୍କର ବିଶେଷଲାଭ ମିଳିବ । ପ୍ରଭାବଶାଳି ଲୋକଙ୍କସହ ସମ୍ପର୍କ ବୃଦ୍ଧି ପାଇ ବହୁତ ଦିନର ଇଛା ପୂରଣ ହେବ । ନିଜର କାର୍ଯ୍ୟକ୍ଷେତ୍ର ଉପରେ ବିଶେଷ ଧ୍ୟାନ ରଖିବା ଫଳରେ ଦରମା ବୃଦ୍ଧି ହେବାର ଆଶଙ୍କା ଅଛି । ପରିବରେ ଶାନ୍ତିର ବାତାବରଣ ରହିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।
ଧନୁ:-
ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-
ସାଥିଙ୍କ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଧାର୍ମିକ କ୍ଷେତ୍ରରୁ ପ୍ରେରଣା ପାଇ ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ବକେୟା ଅର୍ଥ ଆଦାୟ ହେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-
ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମୀନ:-
ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।
