ଆଜିର ରାଶିଫଳ ଭାଗ୍ୟଫଳ (ଶନିବାର, ୧୩/୧୧/୨୦୨୧), ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ
ଆଜି ୨୦୨୧ ନଭେମ୍ବର ୧୩ ତାରିଖ । ଶନିବାର । ତୁଳାମାସ ୨୮ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ଦଶମୀତିଥି । ଶତଭିଷା ନକ୍ଷତ୍ର । କୁମ୍ଭରାଶିରେ ଚନ୍ଦ୍ର । ବ୍ୟାଘାତଯୋଗ । ତୈତିଳକରଣ, ସନ୍ଧ୍ୟା ୫ଟା ୩୫ମିନିଟ୍ ଗତେ ଗରକରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ପ୍ରାତଃ ୫ଟା ୪୮ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୫୭ମିନିଟ୍ ରୁ ସକାଳ ୭ଟା ୨୧ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ଦିବା ୨ଟା ୧୭ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ୫ଟା ୩ମିନିଟ୍, ସନ୍ଧ୍ୟା ୫ଟା ୩ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ରି ୪ଟା ୨୧ମିନିଟ୍ ରୁ ୫ଟା ୫୮ମିନିଟ୍ । ଶୁଭସମୟ- ସକାଳ ୭ଟା ୨୭ମିନିଟ୍ ରୁ ସକାଳ ୮ଟା ୪୩ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୧୮ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୨ଟା ୩୨ମିନିଟ୍ ରୁ ରାତ୍ର ୩ଟା ୨୨ମିନିଟ୍ । ପର୍ବଦିନ- ଭାଗବତ ସପ୍ତାହ ଆରମ୍ଭ ।
ମେଷ:-
ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ । ଆୟ ମଧ୍ୟ ଉତ୍ତମ ରହିବ । ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ । ନାନା ବାଟରେ ଧନାଗମ ଘଟିବ ଓ ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ । କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ । ମନକଥା ମନରେ ରଖୀ ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-
ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରିପାରିବେ । ଆବଶ୍ୟକସ୍ଥଳେ ସହଯୋଗ ପାଇ ପାରିବାରିକ ସ୍ତର ହସ ଖୁସିରେ କଟିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
କର୍ମ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ପରିଚିତ ଲୋକଙ୍କଠାରୁ ଲାଭ ପାଇବେ । ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ । ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଯେତେ ଜଟିଳ ପରିସ୍ଥିତି ଥିଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ପାରିବାରିକ ସ୍ଥିତି ସୁଧୁରି ଯାଇ ଇଷ୍ଟ ପ୍ରାପ୍ତ ହେବାର ସୁଯୋଗ ପାଇବେ । ମିତ୍ରଙ୍କ ସହିତ ସାକ୍ଷାତ୍ ହୋଇ ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବା ଫଳରେ ଲାଭଦାୟକ ହେବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-
ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ । ଅଫିସରେ ଟେନସନ ଦୂର ହେବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ନିଜ ପରିଶ୍ରମରେ ସଫଳତା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-
ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନରେ କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ । କାର୍ଯ୍ୟ କ୍ଷେତ୍ରରେ ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ଯଶ ମାନସମ୍ମାନ ବଢିବ । ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ଧନୁ:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହୋଇ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-
ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହୋଇ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ପାରିବାରିକ ପରିସ୍ଥିତି ଠିକ୍ ରହିବା ସହ ଘର ପରିବାରକୁ ପ୍ରାଥମିକତା ଦେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କୁମ୍ଭ:-
ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ହେବ । ଯାତ୍ରାରେ ସଫଳ ହେବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ମୀନ:-
ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ସତର୍କତା ଅବଲମ୍ବନ ନକଲେ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
