ଆଜିର ରାଶିଫଳ ଭାଗ୍ୟଫଳ (ସୋମବାର, ୧୫/୧୧/୨୦୨୧), ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମୟାରୁ ମୁକ୍ତି
ଆଜି ୨୦୨୧ ନଭେମ୍ବର ୧୫ ତାରିଖ । ସୋମବାର । ତୁଳାମାସ ୩୦ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ମଳ ଏକାଦଶୀତିଥି ସକାଳ ୬ଟା ୩୯ମିନିଟ୍ ଗତେ ଦ୍ଵାଦଶତିଥି । ଉତ୍ତରଭାଦ୍ରପଦ ନକ୍ଷତ୍ର । ମୀନରାଶିରେ ଚନ୍ଦ୍ର ବଜ୍ରଯୋଗ ବିଷ୍ଟି କରଣ । ସକାଳ ୬ଟା ୩୯ମିନିଟ୍ ଗତେ ବବକରଣ ମିଥୁନ ରାଶିର ଘାତବାର ଧନୁରାଶିର ଘାତଚନ୍ଦ୍ର ଶିମ୍ବ । ଆମିଷ ନ ଖାଇଲେ ଭଲ । ସକାଳ ୬ଟା ୩୯ମିନିଟ୍ ପରେ ପୋଇ । ମସୁରଡାଲି ନ ଖାଇଲେ ଭଲ ଯୋଗିନୀ- ଆଗ୍ନେୟେ ସକାଳ ୬ଟା ୩୯ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଅଶୁଭସମୟ- ସକାଳ ୭ଟା ୨୧ମିନିଟ୍ ରୁ ୮ଟା ୪୫ମିନିଟ୍ । ଦିବା ୨ଟା ୧୭ମିନିଟ୍ ରୁ ଦିବା ୩ଟା ୪୦ମିନିଟ୍ । ରାତ୍ରି ୯ଟା ୫୪ମିନିଟ୍ ରୁ ରାତ୍ରି ୧୧ଟା ୩୧ମିନିଟ୍ ଶୁଭସମୟ- ପ୍ରାତଃ ୫ଟା ୫୯ମିନିଟ୍ ରୁ ୭ଟା ୨୦ମିନିଟ୍ । ସକାଳ ୮ଟା ୫୭ମିନିଟ୍ ରୁ ଦିବା ୧୧ଟା ୭ମିନିଟ୍ । ରାତ୍ର ୭ଟା ୩୯ମିନିଟ୍ ରୁ ରାତ୍ର ୯ଟା ୫୩ମିନିଟ୍ । ରାତ୍ର ୨ଟା ୩୩ମିନିଟ୍ ରୁ ରାତ୍ର ୩ଟା ୨୩ମିନିଟ୍ ପର୍ବଦିନ- ସ୍ମାର୍ତ୍ତ ସମ୍ମତ ଦେବୋଉଥାପନୀ ବଡ ଏକାଦଶୀ । ମାସାନ୍ତ । ଭୀଷ୍ମ ପଞ୍ଚମ ବା ବକ ପଞ୍ଚକ ଆରମ୍ଭ ।
ମେଷ:-
ସାଙ୍ଗମାନଙ୍କ ସହିତ ଖୁସିରେ ସମୟ ବିତାଇବେ ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ବକେୟା ଅର୍ଥ ପ୍ରାପ୍ତି ହେବା ସହ ଆର୍ଥିକ ଉନ୍ନତି ଘଟିବ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦୂର ସ୍ଥାନକୁ ଯାତ୍ରା କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବୃଷ:-
ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ନୂତନ ବ୍ୟବସାୟ ଆରମ୍ଭ କଲେ ଭଲଲାଭ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ମିଥୁନ:-
ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରତିକାର:- କୁଆ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-
ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଭ୍ରମଣ କରିବାର ସୁଯୋଗ ଅଛି ସ୍ୱାସ୍ଥ୍ୟ ଭଲ ରହିବ ଆର୍ଥିକ ମାମଲା ସୁଧୁରିଯିବ କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-
ଶତୃଙ୍କ ସହିତ ମୁକାବିଲା କରିପାରିବେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ ରାଜନୀତି କ୍ଷେତ୍ରରେ ଜନ ସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ କ୍ୟାରିୟରକୁ ନେଇ ଥିବା ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି । ଦୈନିକ କାର୍ଯ୍ୟକୁ ଶୃଙ୍ଖଳିତ ରଖିବାକୁ ଚେଷ୍ଟା କରନ୍ତୁ ଅଧିକ ଆତ୍ମବିଶ୍ୱାସ ଯୋଗେ କାର୍ଯ୍ୟରେ ବାଧା ଉପୁଜିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ନୂତନ ଆୟର ଉତ୍ସ ସୃଷ୍ଟି ହେବ ସାଧାରଣ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । ଅବିବାହିତ ଯୁବକ-ଯୁବତୀଙ୍କର ବିବାହ ସ୍ଥିର ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-
ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଦାମ୍ପତ୍ୟ ସୁଖରେ ବାଧା ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସ ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହେବ । ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବା ଯୋଗେ ଅଧିକାରୀମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ । କର୍ମ କ୍ଷେତ୍ରରେ ଉନ୍ନତି ହେତୁ ମନ ଖୁସି ରହିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-
ଧାର୍ମିକ ଅନୁଷ୍ଠାନରୁ ପ୍ରେରଣା ପାଇ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ପିଲାମାନଙ୍କ ପାଇଁ ବିଶେଷ ସମୟ ଦେବେ ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ସହଜରେ ପୁରଣ କରି ପାରିବେ । କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନା ପାଇ ଖୁସି ହୋଇଯିବେ । ବନ୍ଧୁ ମିତ୍ରଙ୍କ ଆଗମନ ଫଳରେ ଘରର ପରିବେଶ ଆନନ୍ଦ ଦାୟକ ହେବ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ଧନୁ:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ-ବିବାହ କିମ୍ବା ଚାକିରୀ ଇତ୍ୟାଦିର ସମାଧାନ ହେବ ଶିକ୍ଷା କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇ ସଫଳତା ଲାଭ କରିବେ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ପ୍ରଚୁର ଲାଭ ପାଇବେ କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ଶାରିରୀକ ଅସୁସ୍ଥତା ଦୂରହେବ ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ତଳ ମହଲରୁ ଆଶାତୀତ ଲାଭ ପାଇବେ । ରାଜନୀତିରେ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-
କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମୀନ:-
ଶାରିରୀକ ଅସୁସ୍ଥତା ଦୂରହେବା ସହ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଛାତ୍ର ଛାତ୍ରୀମାନେ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇ ମାନସିକ ଏକାଗ୍ରତା ବଜାୟ ରହିବ ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
