ଆଜିର ଭାଗ୍ୟଫଳ (ଶନିବାର, ୧୮/୧୨/୨୦୨୧), ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର
ଆଜି ୨୦୨୧ ଡିସେମ୍ବର ୧୮ । ଶନିବାର । ଧନୁ ମାସ ୩ ଦିନ । ମାର୍ଗଶୀର ମାସ । ଶୁକ୍ଳପକ୍ଷ । ମଳ ଚତୁର୍ଦ୍ଦଶୀ ତିଥି ସକାଳ ୭ଟା ୨୪ମିନିଟ୍ ଗତେ ପୂର୍ଣ୍ଣିମା ତିଥି । ରୋହିଣୀ ନକ୍ଷତ୍ର ଦିବା ୧ଟା ୪୮ମିନିଟ୍ ଗତେ ମୃଗଶିରା ନକ୍ଷତ୍ର । ବୃଷ ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ସକାଳ ୯ଟା ୧୧ମିନିଟ୍ ଗତେ ଶୁଭ ଯୋଗ । ବାଣିଜ୍ୟ କରଣ, ସକାଳ ୭ଟା ୨୪ମିନିଟ୍ ଗତେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ସକାଳ ୭ଟା ୨୪ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ ।
ଯୋଗିନୀ- ପଶ୍ଚିମେ ସକାଳ ୭ଟା ୨୪ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୧୮ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୧ଟା ୪ମିନିଟ୍ ରୁ ଦିବା ୨ଟା ୨୫ମିନିଟ୍, ଦିବା ୩ଟା ୪୬ମିନିଟ୍ ରୁ ୫ଟା ୭ମିନିଟ୍, ସନ୍ଧ୍ୟା ୫ଟା ୭ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ରି ୪ଟା ୪୦ମିନିଟ୍ ରୁ ୬ଟା ୧୯ମିନିଟ୍ । ଶୁଭସମୟ- ସକାଳ ୭ଟା ୪୬ମିନିଟ୍ ରୁ ସକାଳ ୮ଟା, ଦିବା ୧୨ଟା ୫ମିନିଟ୍ ରୁ ୧ଟା ୩ମିନିଟ୍, ଦିବା ୨ଟା ୨୬ମିନିଟ୍ ରୁ ୨ଟା ୫୬ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ୩ଟା ୪୫ମିନିଟ୍, ରାତ୍ର ୨ଟା ୪୯ମିନିଟ୍ ରୁ ରାତ୍ର ୩ଟା ୪୦ମିନିଟ୍ । ପର୍ବଦିନ- ପୌର୍ଣ୍ଣମୀ ବ୍ରତ, ଚନ୍ଦ୍ରୋପବାସ ପୂଜା ଓ ଅର୍ଘ୍ୟ ଦାନ, ପଣ୍ଡୁ ଓଷା ।
ମେଷ:-
ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-
ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂରେଇଯିବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷାରେ ସଫଳ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କର୍କଟ:-
ସୁଖ ସମ୍ପଦ ପ୍ରାପ୍ତି, ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ଋଣ ଭାରରୁ ମୁକ୍ତି ପାଇବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରିବାରରେ ସମସ୍ତଙ୍କର ପ୍ରିୟହୋଇ ସୁଖଭୋଗ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-
କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଛାତ୍ରଛତ୍ରୀମାନେ ପଢ଼ାପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତା ରେ ବିଜୟୀ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ନୂତନ ଯୋଜନାରେ ସଫଳତା ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-
ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-
ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ ଓ ଉନ୍ନତି ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମକର:-
ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କୁମ୍ଭ:-
ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅଫିସରେ ଟେନସନ ଦୂର ବେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମୀନ:-
ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
