ଆଜିର ଭାଗ୍ୟଫଳ (ଶୁକ୍ରବାର, ୦୮/୧୦/୨୦୨୧) , ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଅକ୍ଟୋବର ୮ ତାରିଖ । ଶୁକ୍ରବାର । କନ୍ୟା ମାସ ୨୨ ଦିନ । ଆଶ୍ଵିନ ମାସ । ଶୁକ୍ଳପକ୍ଷ । ଦ୍ଵିତୀୟା ତିଥି । ସ୍ଵାତୀ ନକ୍ଷତ୍ର । ତୁଳାରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ । କୌଳବ କରଣ ଦିବା ୧୦ଟା ୪୮ମିନିଟ୍ ଗତେ ତୈତିଳ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ, ଦିବା ୧୦ଟା ୪୮ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୧୦ଟା ୪୮ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଏବଂ ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ଦିବା୧୦ଟା ୬ମିନିଟ୍, ଦିବା ୧୦ଟା ୬ମିନିଟ୍ ରୁ ଦିବା ୧୧ଟା ୩୪ମିନିଟ୍, ରାତ୍ରି ୮ଟା ୨୯ମିନିଟ୍ ରୁ ରାତ୍ରି ୧୦ଟା ୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୩ମିନିଟ୍ ରୁ ୬ଟା ୨୮ମିନିଟ୍, ସକାଳ ୭ଟା ୧୭ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୩ଟା ୩ମିନିଟ୍, ଦିବା ୩ଟା ୫୨ମିନିଟ୍ ରୁ ସନ୍ଧ୍ୟା ୫ଟା ୨୪ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ରାତ୍ର ୮ଟା ୨୮ମିନିଟ୍, ରାତ୍ର ୧୧ଟା ୫୯ମିନିଟ୍ ରୁ ରାତ୍ର ୧ଟା ୩୬ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୪ଟା ୩ମିନିଟ୍ ।
ମେଷ:-
ସ୍ଵାସ୍ଥ୍ୟରେ ସୁଧାର ଆସିବ । ବାହନ ଆଦି କ୍ରୟ କରିପାରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରି ସଫଳତା ପାଇବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତିରେ ଉନ୍ନତି ହେବ । ଶତୃଙ୍କ ଠାରୁ ସାହାଯ୍ୟ ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ବୃଷ:-
କିଛି ନୂତନକର୍ମ ଆରମ୍ଭ କଲେ ପ୍ରିୟ ଲୋକମାନଙ୍କ ସହିତ ସମ୍ପର୍କ ସ୍ଥାପନ ହେବ ଓ ସାହାଯ୍ୟ ସହଯୋଗ ମିଳିବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-
ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଅଫିସରେ ଟେନସନ ଦୂର ହେବ । ଘର-ପରିବାରକୁ ପ୍ରାଥମିକତା ଦେବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଅଧିକ ପରିଶ୍ରମ କରି ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ସ୍ଵାସ୍ଥ୍ୟରେ ଉନ୍ନତି ହେବ । ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ବନ୍ଧୁଙ୍କ ଆଗମନ ହେବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ । ଯାତ୍ରାରେ ସଫଳ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଛାତ୍ରଛାତ୍ରୀମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରୀ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ସିଂହ:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ । ଆବଶ୍ୟକ ଅର୍ଥ ଲାଭ ହେବା ସହ କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ । ନୂଆ ନିଯୁକ୍ତି ପ୍ରାପ୍ତି ହେବାର ସମ୍ଭାବନା ଅଛି । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପାରିବାରିକ ପତିଆରା ଭଲ ରହିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।
କନ୍ୟା:-
ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପିଲା ମାନଙ୍କ ପାଠପଢା ନେଇ ଚିନ୍ତା ଦୂରେଇ ଯିବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ତୁଳା:-
ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ରବ୍ୟକ୍ତି ଭାବେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-
ଉନ୍ନତି କରିବା ପାଇଁ ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବିଳମ୍ବ ହେବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-
ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଶତୃମାନେ ଦୂରେଇ ଯିବେ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କୁମ୍ଭ:-
ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ସନ୍ତାନ ଓ ପରିବାରରେ ସମୟ ବିତେଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବା ସହ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପିଲାମାନଙ୍କ ପାଠପଢା ନେଇ ମନ ଆନନ୍ଦିତ ହେବ । ପ୍ରେମପ୍ରସଙ୍ଗରେ କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
