ଆଜିର ଭାଗ୍ୟଫଳ (ଶନିବାର, ୦୯/୧୦/୨୦୨୧), ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର !
ଆଜି ୨୦୨୧ ଅକ୍ଟୋବର ମାସ ୯ । ଶନିବାର । କନ୍ୟାମାସ ୨୩ ଦିନ । ଆଶ୍ଵିନମାସ । ଶୁକ୍ଳପକ୍ଷ । ତୃତୀୟାତିଥି । ସକାଳ ୭ଟା ୪୯ମିନିଟ୍ ଗତେ କ୍ଷୟ ଚତୁର୍ଥୀତିଥି । ବିଶାଖା ନକ୍ଷତ୍ର । ତୁଳାରାଶିରେ ଚନ୍ଦ୍ର । ପ୍ରୀତିଯୋଗ । ଗର କରଣ ସକାଳ ୭ଟା ୪୯ମିନିଟ୍ ଗତେ ବାଣିଜ୍ୟ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ, ସକାଳ ୭ଟା ୪୯ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ସକାଳ ୭ଟା ୪୯ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୪୩ମିନିଟ୍ ରୁ ସକାଳ ୭ଟା ୧୦ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ଦିବା ୨ଟା ୨୯ମିନିଟ୍, ଦିବା ୩ଟା ୫୬ମିନିଟ୍ ରୁ ୫ଟା ୨୪ମିନିଟ୍, ସନ୍ଧ୍ୟା ୫ଟା ୨୪ମିନିଟ୍ ରୁ ରାତ୍ରି ୬ଟା ୫୬ମିନିଟ୍, ରାତ୍ରି ୪ଟା ୧୧ମିନିଟ୍ ରୁ ୫ଟା ୪୩ମିନିଟ୍ । ଶୁଭସମୟ- ସକାଳ ୭ଟା ୧୭ମିନିଟ୍ ରୁ ସକାଳ ୮ଟା ୩୭ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୧ଟା, ଦିବା ୨ଟା ୩୦ମିନିଟ୍ ରୁ ୩ଟା ୩ମିନିଟ୍, ଦିବା ୩ଟା ୫୨ମିନିଟ୍ ରୁ ୩ଟା ୫୫ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ ।
ମେଷ:-
ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ମନରେ ଭୟଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-
କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-
ଗୃହୋପକରଣ କ୍ରୟ କରିବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-
ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସିତ ହେବେ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଧିକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ଜନସେବାରେ ନିଜକୁ ନିୟୋଜିତ କରିବେ । ପ୍ରିୟଜନଙ୍କ ଉଚିତ୍ ପରାମର୍ଶ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । କର୍ମଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା:-
ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରି ଉଚ୍ଚପ୍ରଶଂସିତ ହେବେ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଅଟକିଥିବା କାର୍ଯ୍ୟ ଚାଲୁ କରି ପାରିବେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ଲାଭପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ଧନୁ:-
ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-
ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ମାନେ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣି ପାରନ୍ତି । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଅସୁବିଧା ଘଟିପାରେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
