ଆଜିର ଭାଗ୍ୟଫଳ (ରବିବାର, ୧୦ /୧୦/୨୦୨୧) ! ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଅକ୍ଟୋବର ୧୦ ତାରିଖ । ରବିବାର । କନ୍ୟାମାସ ୨୪ ଦିନ । ଆଶ୍ଵିନ ମାସ । ଶୁକ୍ଳପକ୍ଷ । ପଞ୍ଚମୀ ତିଥି । ଅନୁରାଧା । ନକ୍ଷତ୍ର । ବିଛାରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ । ବବ କରଣ ଦିବା ୩ଟା ୩୩ମିନିଟ୍ ଗତେ ବାଳବ କରଣ । ମେଷ ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୨ଟା ୧୪ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ଦିବା୧୧ଟା ୩୩ମିନିଟ୍, ଦିବା ୧୧ଟା ୩୩ମିନିଟ୍ ରୁ ଦିବା ୧ଟା ୧ମିନିଟ୍, ରାତ୍ରି ୧ଟା ୬ମିନିଟ୍ ରୁ ରାତ୍ରି ୨ଟା ୩୮ମିନିଟ୍ ।
ଶୁଭସମୟ- ସକାଳ ୬ଟା ୩୧ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୩ଟା ୨ମିନିଟ୍, ଦିବା ୩ଟା ୫୧ମିନିଟ୍ ରୁ ୩ଟା ୫୫ମିନିଟ୍, ରାତ୍ର ୭ଟା ୫୨ମିନିଟ୍ ରୁ ରାତ୍ର ୯ଟା ୨୯ମିନିଟ୍, ରାତ୍ର ୧୧ଟା ୫୯ମିନିଟ୍ ରୁ ୧ଟା ୫ମିନିଟ୍, ରାତ୍ର ୨ଟା ୩୯ମିନିଟ୍ ରୁ ୫ଟା ୪୨ମିନିଟ୍ । ପର୍ବଦିନ- ଶ୍ରୀ ଦୂର୍ଗାଦେବୀଙ୍କ ପାଞ୍ଚଦିନ ପକ୍ଷ ଆରମ୍ଭ, ନତଃ ପଞ୍ଚମୀ, ଶ୍ରୀ ଶାରଦୀୟ ଦୁର୍ଗାଦେବୀଙ୍କ ପଞ୍ଚମୀ ବିହିତ ପୂଜା ।
ମେଷ:-
ବ୍ୟବସାୟୀ ମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଲାଭହେବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ଆଶାତୀତ ଲାଭ ପାଇବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଆକସ୍ମିକ ଅର୍ଥଲାଭହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ଓ ସ୍ୱନାମ ଅର୍ଜନ କରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।
ମିଥୁନ:-
ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କର୍କଟ:-
ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । କିଛି ଅସୁବିଧା ନଥିଲେ ମଧ୍ୟ କେତେକ କ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ସିଂହ:-
ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ନିଜର ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-
ସମୟ ଆନନ୍ଦମୟ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-
ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ଧନୁ:-
ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ସାମାନ୍ୟ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମକର:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-
ସ୍ଵାସ୍ଥ୍ୟରେ ଉନ୍ନତି ସହ ମାନସିକ ସ୍ଥିରତା ଦେଖା ଦେବ । ପ୍ରିୟଜନ ମାନେ ନିକଟତର ହେବା ଫଳରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ । ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇ ପାରନ୍ତି । ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।
ମୀନ:-
ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
