ଆଜିର ଭାଗ୍ୟଫଳ (ଶନିବାର,୧୬ /୧୦/୨୦୨୧), ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଅକ୍ଟୋବର ୧୬ ତାରିଖ । ଶନିବାର । କନ୍ୟାମାସ ୩୦ ଦିନ । ଆଶ୍ଵିନମାସ । ଶୁକ୍ଳପକ୍ଷ । ଏକାଦଶୀ ତିଥି । ଧନିଷ୍ଠା ନକ୍ଷତ୍ର ସକାଳ ୯ଟା ୨୨ମିନିଟ୍ ଗତେ ଶତଭିଷା ନକ୍ଷତ୍ର । କୁମ୍ଭ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ । ବାଣିଜ୍ୟ କରଣ ପ୍ରାତଃ ୫ଟା ୪୭ମିନିଟ୍ ଗତେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୩୭ନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ସନ୍ଧ୍ୟା ୫ଟା ୩୭ନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୨ଟା ୫୮ମିନିଟ୍ ରୁ ଦିବା ୨ଟା ୨୫ମିନିଟ୍, ଦିବା ୩ଟା ୫୨ମିନିଟ୍ ରୁ ୫ଟା ୧୯ମିନିଟ୍, ସନ୍ଧ୍ୟା ୫ଟା ୧୯ନିଟ୍ ରୁ ୬ଟା ୫୨ନିଟ୍, ରାତ୍ରି ୪ଟା ୧୨ମିନିଟ୍ ରୁ ୫ଟା ୪୫ମିନିଟ୍ । ଶୁଭସମୟ- ସକାଳ ୭ଟା ୧୮ମିନିଟ୍ ରୁ ସକାଳ ୮ଟା ୩୭ମିନିଟ୍, ଦିବା ୧୧ଟା ୫୬ମିନିଟ୍ ରୁ ୧୨ଟା ୫୭ମିନିଟ୍, ଦିବା ୨ଟା ୨୬ମିନିଟ୍ ରୁ ୨ଟା ୫୯ମିନିଟ୍, ଦିବା ୩ଟା ୪୭ମିନିଟ୍ ରୁ ୩ଟା ୫୧ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୫ମିନିଟ୍ । ପର୍ବଦିନ- ସର୍ବସମ୍ମତ ପାପାଙ୍କୁଶ ଏକାଦଶୀ, ମାସାନ୍ତ, ଭସାଣି ଯାତ୍ରା ।
ମେଷ:-
ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଆୟବୃଦ୍ଧି ହେବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ । ଆର୍ଥିକ ଚିନ୍ତା ଦୁରହେବା ସହ ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ:-
ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ସିଂହ:-
କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ କ୍ରୟ କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇ ବୁଦ୍ଧିଜୀବି ମାନଙ୍କ ସାନ୍ନିଧ୍ୟରେ ଆସିବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । କୌଣସି ନୂତନ କାର୍ଯ୍ୟ ଆଜି ଆରମ୍ଭ ନ କରିବା ଉଚିତ୍ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ତୁଳା:-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ସାମାନ୍ୟ ଲାଭହେବ ଓ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ବିଚ୍ଛା:-
ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ଦୀର୍ଘ ସ୍ଥାୟୀହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର-ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-
ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଶତୃମାନଙ୍କୁ ମୁକାବିଲା କରିପାରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର:-ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
କୁମ୍ଭ:-
ସମସ୍ତ କ୍ଷେତ୍ରରେ ଖୁସି ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ
ମୀନ:-
କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
