ଆଜିର ଭାଗ୍ୟଫଳ (ଶୁକ୍ରବାର, ୨୨/୧୦/୨୦୨୧), ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଅକ୍ଟୋବର ୨୨ । ଶୁକ୍ରବାର । ତୁଳାମାସ ୬ ଦିନ । କାର୍ତ୍ତିକମାସ । କୃଷ୍ଣପକ୍ଷ । ଦ୍ଵିତୀୟାତିଥି । ଦ୍ଵିଜାନକ୍ଷତ୍ର । ମେଷରାଶିରେ ଚନ୍ଦ୍ର । ସିଦ୍ଧିଯୋଗ । ତୈତିଳ କରଣ ଦିବା ୧୧ଟା ୨୦ମିନିଟ୍ ଗତେ ଗରକରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବୋଇତି କଖାରୁ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୧୨ଟା ୩୦ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୦ଟା ୫ମିନିଟ୍ ରୁ ଦିବା ୧୧ଟା ୩୧ମିନିଟ୍, ରାତ୍ରି ୮ଟା ୨୨ମିନିଟ୍ ରୁ ରାତ୍ରି ୯ଟା ୫୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୮ମିନିଟ୍ ରୁ ୬ଟା ୩୨ମିନିଟ୍, ସକାଳ ୭ଟା ୧୯ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୨ଟା ୫୬ମିନିଟ୍, ଦିବା ୩ଟା ୪୪ମିନିଟ୍ ରୁ ସନ୍ଧ୍ୟା ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫ମିନିଟ୍ ରୁ ରାତ୍ର ୮ଟା ୨୧ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ରାତ୍ର ୧ଟା ୩୫ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୪ଟା ୬ମିନିଟ୍ ।
ମେଷ:-
ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ଶାରୀରିକ କଷ୍ଟ ଦୂର ହୋଇ ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।
ମିଥୁନ:-
ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ । ବିଦ୍ୟାକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ । ଅନେକ ସମସ୍ୟାର ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ । କର୍ମକ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ସହ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ସିଂହ:-
ଶତୃମାନେ ଦୂରେଇ ଯିବେ ଓ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ଦୂରେଇଯିବେ ଓ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରିବା ପାଇଁ ଚେଷ୍ଟା କରି ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।
ବିଚ୍ଛା:-
ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ନୂଆ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ପାରିବାରିକ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ବଢେଇବା ସହଜ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସ୍ଵାସ୍ଥ୍ୟରେ ଆବନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି ସହଜ ସରଳରେ ହୋଇ ପାରିବ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
କୁମ୍ଭ:-
ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶାରୀରିକ ଅସୁସ୍ଥତା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ । ସରକାରୀ କାମରେ ସଫଳତା ମିଳିବା ସହ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ପ୍ରେମ ପ୍ରସଙ୍ଗରେ ଶୁଭ ସୂଚନା ଶୁଣିବାକୁ ପାଇବେ । ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:-
ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ନର୍ସ, ରସାୟନଜ୍ଞ ଓ ଡାକ୍ତର ମାନେ ସାମାନ୍ୟ ଲାଭବାନ୍ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
