ଆଜିର ଭାଗ୍ୟଫଳ (ରବିବାର, ୨୪/୧୦/୨୦୨୧), ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଅର୍ଥ ଲାଭ
ଆଜି ୨୦୨୧ ଅକ୍ଟୋବର ୨୪ । ରବିବାର । ତୁଳାମାସ ୮ ଦିନ । କାର୍ତ୍ତିକ ମାସ । କୃଷ୍ଣପକ୍ଷ । ଚତୁର୍ଥୀତିଥି । ରୋହିଣୀ ନକ୍ଷତ୍ର । ବୃଷରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ବବ କରଣ ଦିବା ୪ଟା ୨୨ମିନିଟ୍ ଗତେ ବାଳବ କରଣ । ମେଷ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ । ଯୋଗିନୀ- ନୈଋତେ ପ୍ରାତଃ ୫ଟା ୪୩ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ଦିବା ୧୧ଟା ୩୦ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୬ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ରାତ୍ରି ୨ଟା ୩୯ମିନିଟ୍ । ଶୁଭସମୟ- ସକାଳ ୬ଟା ୩୪ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧୨ଟା ୫୭ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୩ଟା ୪୩ମିନିଟ୍ ରୁ ୩ଟା ୪୬ମିନିଟ୍, ରାତ୍ର ୭ଟା ୪୫ମିନିଟ୍ ରୁ ରାତ୍ର ୯ଟା ୨୪ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ ୫ଟା ୪୭ମିନିଟ୍ ।
ମେଷ:-
ସାମାଜିକ ପତିଆରା ଅମଳିନ ରହିବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ଓ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ ଓ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବ୍ୟବସାୟ ପାଇଁ କରିଥିବା ଯୋଗାଯୋଗ କ୍ଷେତ୍ରରୁ ଶୁଭ ସମ୍ବାଦ ପାଇବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।
ମିଥୁନ:-
ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଗୃହସ୍ଥ ଜୀବନ ସୁଖମୟ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-
ସାମାଜିକ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ କଳା ସଙ୍ଗୀତ କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ ଆଳସ୍ୟଭାବ ଦୂରେଇ ଯିବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।
ସିଂହ:-
ଶରୀର ସୁସ୍ଥ ରହିବା ସହ ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧିହେବ । କାରବାରରେ ସୁଧାର ଆସିବା ଯୋଗେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନ କର୍ମରେ ନିଯୁକ୍ତିପାଇବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ଫଳରେ ହସ ଖୁସିରେ ସମୟ ବିତେଇବେ । ପ୍ରତିକାର-ମା-ଦ-କ-ଦ୍ରବ୍ୟ ସେବନ କରନ୍ତୁ ନାହିଁ ।
କନ୍ୟା:-
ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ପାଇପାରେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।
ତୁଳା:-
ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-
ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଯାନବାହାନ ସ-ମ୍ବ-ନ୍ଧୀ-ୟ ସମସ୍ୟା ଦେଖାଦେଇ ପାରେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ଓ ସାମାଜିକ ପତିଆରା ଅମଳିନ ରହିବ । ବଡ଼ ଧରଣର ପ୍ରୋଜେକ୍ଟରେ ଟଙ୍କା ନିବେଶ କରିବା ପାଇଁ ଚୁକ୍ତିପତ୍ର ହୋଇପାରେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସବୁ କାର୍ଯ୍ୟରେ ସାହାଯ୍ୟ ସହଯୋଗ କରିବେ । ବିଦ୍ୟାର୍ଥୀମାନେ ପାଠ ପଢ଼ାରେ ମନ ଦେଇ ପରିଶ୍ରମର ଭଲ ପରିଣାମ ପାଇବେ । ସନ୍ତାନଙ୍କର ସଫଳତାରେ ମନ ଉତ୍ସାହିତ ରହିବ । ମାର୍କେଟିଂ କାର୍ଯ୍ୟରେ ଅଧିକ ଧନ ଲାଭ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଛାତ୍ର ଛାତ୍ରୀମାନେ ନିଜ କ୍ୟାରିୟରର ଉନ୍ନତିପାଇଁ ଚେଷ୍ଟିତ ରହିବେ । ନିଜର ଜୀବନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶରେ ବ୍ୟବସାୟରେ ଲାଭ ପ୍ରାପ୍ତି ହେବ । ନିଜ ପ୍ରତିଭାକୁ ଭଲଭାବରେ ଉପଯୋଗ କରି ଆର୍ଥିକ ସମସ୍ୟାର ସମାଧାନ କରିପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।
କୁମ୍ଭ:-
ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାର ସଦସ୍ୟଙ୍କ ସହିତ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଟେକ୍ନିକାଲ୍ ବିଷୟ ଉପରେ ନିଜର ଜ୍ଞାନ ବଢ଼ାଇବାକୁ ଚେଷ୍ଟା କରିବେ । ଲୋକମାନେ ତୁମର କଥାକୁ ମନଧ୍ୟାନ ଦେଇ ଶୁଣିବେ । ହଜିଯାଇଥିବା ଜିନିଷ ମିଳିଯିବ । ପ୍ରେମ ସମ୍ପର୍କରେ ଭୁଲ୍ ବୁଝାମଣାର ସମାଧାନ ହୋଇପାରେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।
ମୀନ:-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଜୀବନସାଥୀ ଓ ସନ୍ତାନଙ୍କ ସହିତ ସମୟ ବିତାଇବେ । ସୋଶିଆଲ ମିଡିଆର ପ୍ରୟୋଗ କରି ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
