ଆଜିର ଭାଗ୍ୟଫଳ (ଶୁକ୍ରବାର, ୨୯/୧୦/୨୦୨୧), ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ
ଆଜି ୨୦୨୧ ଅକ୍ଟୋବର ୨୯ ତାରିଖ । ଶୁକ୍ରବାର । ତୁଳାମାସ ୧୩ ଦିନ । କାର୍ତ୍ତିକମାସ । କୃଷ୍ଣପକ୍ଷ । ଅଷ୍ଟମୀତିଥି । ପୁଷ୍ୟା ନକ୍ଷତ୍ର ଦିବା ୧୧ଟା ୩୭ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଶୁଭଯୋଗ । କୌଳବ କରଣ ଦିବା ୨ଟା ୯ମିନିଟ୍ ଗତେ ତୈତିଳ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ନଡିଆ, ଆମିଷ ନ ଖାଇଲେ ଭଲ, ଦିବା ୨ଟା ୯ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୨ଟା ୯ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୦ଟା ୫ମିନିଟ୍ ରୁ ଦିବା ୧୧ଟା ୩୦ମିନିଟ୍, ରାତ୍ରି ୮ଟା ୨୦ମିନିଟ୍ ରୁ ରାତ୍ରି ୯ଟା ୫୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୬ଟା ୩୪ମିନିଟ୍, ସକାଳ ୭ଟା ୨୧ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ସନ୍ଧ୍ୟା ୫ଟା ୯ମିନିଟ୍, ସନ୍ଧ୍ୟା ୬ଟା ୨ମିନିଟ୍ ରୁ ରାତ୍ର ୮ଟା ୧୯ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ରାତ୍ର ୧ଟା ୩୬ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ରାତ୍ର ୪ଟା ୮ମିନିଟ୍ ।
ମେଷ:-
ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ । କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସହଯୋଗରେ ସମସ୍ତ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଆତ୍ମନିର୍ଭର ଶୀଳ ହେବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।
ବୃଷ:-
ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଶତୃଙ୍କ ସହିତ ମୁକାବିଲା କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେଲେ ଆର୍ଥିକ ସଙ୍କଟ ଦୂର ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଆର୍ଥିକ ପରିସ୍ଥିତି ଉତ୍ତମ ରହିବ । ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।
ମିଥୁନ:-
ସରକାରୀ କାମରେ ସଫଳତା ମିଳିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାର୍ଟି ବା ସମାରୋହ ରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-
ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।
ସିଂହ:-
ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କନ୍ୟା:-
ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-
ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବା ସହ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ଶୁଭ ସମାଚାର ପାଇ ଖୁସି ହେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-
ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଛାତ୍ର ଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପାରିବାରିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିପାରେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ସମ୍ପତ୍ତି ବା ଘର ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।
କୁମ୍ଭ:-
ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । କର୍ମକ୍ଷେତ୍ରର କେତେକ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହୋଇ ପାରନ୍ତି । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
