ଆଜିର ଭାଗ୍ୟଫଳ (ବୁଧବାର, ୦୩/୧୧/୨୦୨୧), ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ନଭେମ୍ବର ୩ ତାରିଖ । ବୁଧବାର । ତୁଳା ମାସ ୧୮ ଦିନ । କାର୍ତ୍ତିକମାସ । କୃଷ୍ଣପକ୍ଷ । ତ୍ରୟୋଦଶୀତିଥି ସକାଳ ୯ଟା ୨ ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି । ହସ୍ତା ନକ୍ଷତ୍ର ସକାଳ ୯ଟା ୫୬ମିନିଟ୍ ଗତେ ଚିତ୍ରା ନକ୍ଷତ୍ର । କନ୍ୟା ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ । ବାଣିଜ୍ୟକରଣ ସକାଳ ୯ଟା ୨ମିନିଟ୍ ଗତେ ବିଷ୍ଟି କରଣ । କର୍କଟ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ସକାଳ ୯ଟା ୨ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୯ଟା ୨ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୪୧ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୨ଟା ୪୧ମିନିଟ୍ ରୁ ୪ଟା ୧୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୮ଟା ୬ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୨୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୩୬ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ୬ଟା ୪୮ମିନିଟ୍, ରାତ୍ର ୮ଟା ୩୨ମିନିଟ୍ ରୁ ରାତ୍ର ୨ଟା ୪୦ମିନିଟ୍, ରାତ୍ର ୪ଟା ୧୮ମିନିଟ୍ ରୁ ୫ଟା ୫୧ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।
ମେଷ:-
ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବୃଷ:-
ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ମିଥୁନ:-
ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ଗୃହୋପକରଣ କ୍ରୟ କରି ପାରନ୍ତି । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।
କର୍କଟ:-
ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଧନର ଆଗମନ ହୋଇପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।
ସିଂହ:-
ଶୁଭ ସମ୍ବାଦପାଇ ଖୁସିହେବେ । ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । କିନ୍ତୁ ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ଅନେକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-
ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପରିବାରରେ ମାନ ମନାନ୍ତର ଦୂର ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମନ ସନ୍ତୁଷ୍ଟ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା:-
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ବିଦେଶ ଯାତ୍ରାରେ ଯଶ ଲାଭ ଓ ବ୍ୟବସାୟରେ ଲାଭବାନ ହେବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-
ଶୁଭ ସମାଚାର ଶୁଣିବେ । ନୂତନ ବ୍ୟବସାୟରେ ନିବେଶ କରିପାରିବେ । ଭାଗିଦାରୀ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଇଣ୍ଟରଭ୍ୟୁ ଆଦିରେ ସଫଳତା ପାଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ପ୍ରିୟଜନଙ୍କସହ ମିଳନ ହେବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-
ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତିରେ ସଫଳତା ମିଳିବ । ସାମ୍ବାଦିକତା, ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:-
ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।
ମୀନ:-
କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଉତ୍ତରଦାୟିତ୍ୱ ବଢ଼ିବ । ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
