ଆଜିର ଭାଗ୍ୟଫଳ (ରବିବାର, ୦୭/୧୧/୨୦୨୧), ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ
ଆଜି ୨୦୨୧ ନଭେମ୍ବର ୭ । ରବିବାର । ତୁଳାମାସ ୨୨ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ତୃତୀୟାତିଥି । ଜ୍ୟେଷ୍ଠାନକ୍ଷତ୍ର । ବିଛାରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ । ତୈତିଳକରଣ, ସକାଳ ୬ଟା ୧ମିନିଟ୍ ଗତେ ଗର କରଣ ଓ ଦିବା ୪ଟା ୨୨ମିନିଟ୍ ଗତେ ବାଣିଜ୍ୟ କରଣ । ମେଷ ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ, ଦିବା ୪ଟା ୨୨ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୪ଟା ୨୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ଦିବା ୧୧ଟା ୩୦ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୧ଟା ୬ମିନିଟ୍ ରୁ ରାତ୍ରି ୨ଟା ୪୨ମିନିଟ୍ । ଶୁଭସମୟ- ସକାଳ ୬ଟା ୪୦ମିନିଟ୍ ରୁ ୮ଟା ୫୨ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୭ମିନିଟ୍ ରୁ ୩ଟା ୪୧ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ୧ଟା ୫ମିନିଟ୍, ରାତ୍ର ୨ଟା ୪୩ମିନିଟ୍ ରୁ ୫ଟା ୫୩ମିନିଟ୍ ।
ମେଷ:-
ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ଅସହାୟାମାନଙ୍କୁ ସାହାଯ୍ୟ କରନ୍ତୁ ।
ବୃଷ:-
କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରତିକାର:- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
ମିଥୁନ:-
କାର୍ଯ୍ୟକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ନିଜର ଲୋକମାନେ ଓ ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-
ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-
ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଶରୀର ସୁସ୍ଥ ରହିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମନ ଭଲ ରହିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।
ବିଚ୍ଛା:-
ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆୟ ବଢିବା ଫଳରେ ଆର୍ଥିକ ସଙ୍କଟ ଦୂରେଇ ଯିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-
ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-
ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଗୃହବାହନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:-
ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ । ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।
