ଆଜିର ଭାଗ୍ୟଫଳ (ବୁଧବାର, ୧୦/୧୧/୨୦୨୧), ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ
ଆଜି ୨୦୨୧ ନଭେମ୍ବର ୧୦ ତାରିଖ । ବୁଧବାର । ତୁଳାମାସ ୨୫ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ଷଷ୍ଠୀତିଥି ସକାଳ ୮ଟା ୨୫ମିନିଟ୍ ପରେ ସପ୍ତମୀତିଥି । ଉତ୍ତରାଷାଢା ନକ୍ଷତ୍ର । ମକର ରାଶିରେ ଚନ୍ଦ୍ର । ଶୂଳଯୋଗ ସକାଳ ୯ଟା ୯ମିନିଟ୍ ଗତେ ଗଣ୍ଡଯୋଗ । ତୈତିଳକରଣ, ସକାଳ ୮ଟା ୨୫ମିନିଟ୍ ଗତେ ଗରକରଣ । କର୍କଟ ରାଶିର ଘାତବାର । ସିଂହରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ, ସକାଳ ୮ଟା ୨୫ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସକାଳ ୮ଟା ୨୫ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୮ଟା ୪୩ମିନିଟ୍ ରୁ ୧୦ଟା ୬ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୨ଟା ୪୩ମିନିଟ୍ ରୁ ରାତ୍ରି ୪ଟା ୨୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୭ମିନିଟ୍ ରୁ ୮ଟା ୮ମିନିଟ୍, ଦିବା ୧୦ଟା ୨୪ମିନିଟ୍ ରୁ ୧୧ଟା ୨୯ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୩ଟା ୩୪ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ରାତ୍ର ୨ଟା ୪୨ମିନିଟ୍, ରାତ୍ର ୪ଟା ୨୧ମିନିଟ୍ ରୁ ୫ଟା ୫୫ମିନିଟ୍ ।
ମେଷ:-
ସ୍ୱାସ୍ଥ୍ୟରେ ସୁଧାର ଆସିବା ଯୋଗେ ଖୁସି ମିଳିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । ଯେକୌଣସି କ୍ଷେତ୍ରରେ ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ନୂତନ ବନ୍ଧୁ ଭେଟ ହୋଇ ଆଲୋଚନା କରିବା ଦ୍ଵାରା ବିତିଯାଇ ଥିବା ମାମଲାରେ ସଫଳତା ମିଳିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ପ୍ରେମପ୍ରସଙ୍ଗରେ ଆନନ୍ଦିତ ହେବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ:-
ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-
ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ନିଜ ଲୋକ ମନମୋଟିଆ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-
ଶାରୀରିକ କଷ୍ଟ ଦୂର ହେବ । ମନରେ ଭୟ ଆଶଙ୍କା ଦୂରେଇଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବା ଫଳରେ ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଧନ ଲାଭ ହେବା ଯୋଗୁ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବିଦ୍ୟାକ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
ତୁଳା:-
ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଶୁଭ ବା ମଙ୍ଗଳ କାମର ଆୟୋଜନ କରିପାରିବେ । ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ପାଇ ନୂଆ କାମ ନୂଆ ପ୍ରେରଣା ଦେବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବିଚ୍ଛା:-
ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ସମୟ ପୂର୍ବରୁ ବ୍ୟବସାୟରେ ନିଜର ଲକ୍ଷ ପୂରଣ କରିପାରିବେ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ହେବା ଯୋଗେ ଖୁସି ରହିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ପ୍ରେମିକ ପ୍ରେମିକାମାନେ ରୋମାଣ୍ଟିକ୍ ମନୋଭାବରେ ରହିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:-
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ନୂତନ ଯୋଜନା ପ୍ରସ୍ତୁତ କରିବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ହସଖୁସିରେ ସମୟ ବିତେଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-
ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-
ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଆର୍ଥିକ ସ୍ଥିତିରେ ସୁଧାର ଆସି ଋଣଭାର ଲାଘବ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
