ଆଜିର ଭାଗ୍ୟଫଳ (ଶନିବାର, ୨୫/୧୨/୨୦୨୧), ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର
ଆଜି ୨୦୨୧ ଡିସେମ୍ବର ୨୫ । ଶନିବାର । ଧନୁମାସ ୧୦ ଦିନ । ପୌଷ ମାସ। କୃଷ୍ଣପକ୍ଷ। ଷଷ୍ଠୀ ତିଥି । ପୂର୍ବାଫାଲଗୁନୀ ନକ୍ଷତ୍ର । ସିଂହ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ଦିବା ୧୧ଟା ୨୪ମିନିଟ୍ ଗତେ ଆୟୁଷ୍ମାନ ଯୋଗ । ଗର କରଣ, ସକାଳ ୭ଟା ୫୬ମିନିଟ୍ ଗତେ ବାଣିଜ୍ୟ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ, ରାତି ୮ଟା ୯ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୮ଟା ୯ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୨ମିନିଟ୍ ରୁ ୭ଟା ୪୩ମିନିଟ୍, ଦିବା ୧ଟା ୭ମିନିଟ୍ ରୁ ଦିବା ୨ଟା ୨୮ମିନିଟ୍, ଦିବା ୩ଟା ୪୯ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୫ଟା ୧୦ମିନିଟ୍ ରୁ ୬ଟା ୪୯ମିନିଟ୍, ରାତ୍ରି ୪ଟା ୪୩ମିନିଟ୍ ରୁ ୬ଟା ୨୨ମିନିଟ୍ । ଶୁଭସମୟ- ସକାଳ ୭ଟା ୪୯ମିନିଟ୍ ରୁ ୯ଟା ୩ମିନିଟ୍, ଦିବା ୧୨ଟା ୯ମିନିଟ୍ ରୁ ୧ଟା ୬ମିନିଟ୍, ଦିବା ୨ଟା ୨୯ମିନିଟ୍ ରୁ ୩ଟା, ଦିବା ୩ଟା ୪୫ମିନିଟ୍ ରୁ ୩ଟା ୪୮ମିନିଟ୍, ରାତ୍ର ୨ଟା ୫୨ମିନିଟ୍ ରୁ ରାତ୍ର ୩ଟା ୪୩ମିନିଟ୍ । ପର୍ବଦିନ- ବଡଦିନ, ଖ୍ରୀଷ୍ଟମାସ, ଯୀଶୁଖ୍ରୀଷ୍ଟଙ୍କ ଜୟନ୍ତୀ ।
ମେଷ:-
ଶତୃଙ୍କ ସହିତ ମୁକାବିଲା କରିପାରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ । ପରିବାରର କେତେକ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ଅନୁଭବ କରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବୃଷ:-
ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-
ସରକାରୀ କାମରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ଶତୃମାନେ ଦୂରେଇ ଯିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ପାଇ ଉନ୍ନତି ହେବ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧିପାଇ ସଫଳତା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-
ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇବେ । କିନ୍ତୁ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍ । ବିଦ୍ୟାରେ ଯଥେଷ୍ଟ ଶୁଭଫଳ ପ୍ରାପ୍ତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-
ସ୍ୱାସ୍ଥ୍ୟରେ ଉନ୍ନତି ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରି ପାରିବେ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ବିଚ୍ଛା:-
ସାମାଜିକ ପତିଆରା ଅମଳିନ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ ଓ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କଲେ ଆର୍ଥିକ ସ୍ଥିତି ବହୁତ ସୁଦୃଢ ହେବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-
ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ଶରିର ସୁସ୍ଥ ରହିବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:-
ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଧନ ଲାଭ ହେବାରୁ ମନ ଖୁସି ରହିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
