ଆଜିର ଭାଗ୍ୟଫଳ (ରବିବାର, ୨୬/୧୨/୨୦୨୧), ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ
ଆଜି ୨୦୨୧ଡିସେମ୍ବର ୨୬ । ରବିବାର । ଧନୁ ମାସ ୧୧ ଦିନ । ପୌଷ ମାସ । କୃଷ୍ଣପକ୍ଷ । ସପ୍ତମୀ ତିଥି । ଉତ୍ତରାଫାଲଗୁନୀ ନକ୍ଷତ୍ର । ସିଂହ ରାଶିରେ ଚନ୍ଦ୍ର ଦିବା ୧୧ଟା ୧୨ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ଦିବା ୧୦ଟା ୨୩ମିନିଟ୍ ଗତେ ସୌଭାଗ୍ୟ ଯୋଗ । ବିଷ୍ଟି କରଣ, ସକାଳ ୮ଟା ୧୩ମିନିଟ୍ ଗତେ ବବ କରଣ । ମେଷ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର ଦିବା ୧୧ଟା ୧୨ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ରାତି ୮ଟା ୮ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ ।
ଯୋଗିନୀ- ବାୟବ୍ୟେ ରାତି ୮ଟା ୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୨୬ମିନିଟ୍ ରୁ ଦିବା ୧୧ଟା ୪୭ମିନିଟ୍, ଦିବା ୧୧ଟା ୪୭ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ରି ୧ଟା ୨୬ମିନିଟ୍ ରୁ ୩ଟା ୫ମିନିଟ୍ । ଶୁଭସମୟ- ସକାଳ ୭ଟା ୭ମିନିଟ୍ ରୁ ୯ଟା ୧୪ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୩ଟା, ଦିବା ୩ଟା ୪୬ମିନିଟ୍ ରୁ ୩ଟା ୪୯ମିନିଟ୍, ରାତ୍ର ୭ଟା ୫୦ମିନିଟ୍ ରୁ ରାତ୍ର ୯ଟା ୩୪ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ୧ଟା ୨୫ମିନିଟ୍, ରାତ୍ର ୩ଟା ୬ମିନିଟ୍ ରୁ ୬ଟା ୨୨ମିନିଟ୍ ।
ମେଷ:-
ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସଜାରି ରଖିବେ । ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବ । ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବ । କାର୍ଯ୍ୟକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବିଦେଶ ଯାତ୍ରାରେ ସଫଳ ହେବେ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।
କନ୍ୟା:-
ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପାଦ ସହିତ ପାଦ ମିଶେଇ ଆଗକୁ ବଢିବେ । ପଢ଼ାପଢ଼ିରେ ମନଯୋଗ ଦେଇ ଉଚ୍ଚଶିକ୍ଷା ପାଇଁ ଅଗ୍ରହିହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ତୁଳା:-
ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-
ଶାରିରୀକ ସୁସ୍ଥତା ଦେଖା ଦେବ । ମାନସିକ ଶାନ୍ତି ଅନୁଭବ କରିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-
ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ । ନୂତନ ବସ୍ତୁ କ୍ରୟ କରି ପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ମନଖୁସି ରହିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ମୀନ:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କାର୍ଯ୍ୟଆଳୟରେ ଆଲୋଚନା ସରଗରମ ହୋଇପାରେ । ପାରିବାରିକସ୍ତର ହସ ଖୁସିରେ କଟିବ । ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।
