ଆଜିର ଭାଗ୍ୟଫଳ (ମଙ୍ଗଳବାର, ୨୮ /୧୨/୨୦୨୧), ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ
ଆଜି ୨୦୨୧ ଡିସେମ୍ବର ୨୮ । ମଙ୍ଗଳବାର । ଧନୁ ମାସ ୧୩ ଦିନ । ପୌଷ ମାସ । କୃଷ୍ଣପକ୍ଷ । ନବମୀ ତିଥି । ଚିତ୍ରା ନକ୍ଷତ୍ର । କନ୍ୟା ରାଶିରେ ଚନ୍ଦ୍ର । ଶୋଭନ ଯୋଗ ସକାଳ ୬ଟା ୫୦ମିନିଟ୍ ଗତେ ଅତିଗଣ୍ଡ ଯୋଗ । ତୈତିଳ କରଣ, ସକାଳ ୬ଟା ୫୪ମିନିଟ୍ ଗତେ ଗର କରଣ । ମକର ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୯ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସନ୍ଧ୍ୟା ୬ଟା ୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୪ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୨ଟା ୩୦ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ରାତ୍ରି ୮ଟା ୩୦ମିନିଟ୍ । ଶୁଭସମୟ-ସକାଳ ୬ଟା ୨୪ମିନିଟ୍ ରୁ ୭ଟା ୫ମିନିଟ୍, ସକାଳ ୯ଟା ୬ମିନିଟ୍ ରୁ ଦିବା ୧୧ଟା ୨୫ମିନିଟ୍, ସନ୍ଧ୍ୟା ୫ଟା ୧୩ମିନିଟ୍ ରୁ ୬ଟା ୫୦ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ରାତ୍ର ୮ଟା ୪୨ମିନିଟ୍, ରାତ୍ର ୯ଟା ୩୭ମିନିଟ୍ ରୁ ରାତ୍ର ୧୨ଟା ୧୩ମିନିଟ୍, ରାତ୍ର ୨ଟା ୧ମିନିଟ୍ ରୁ ରାତ୍ର ୩ଟା ୪୪ମିନିଟ୍, ରାତ୍ର ୪ଟା ୩୯ମିନିଟ୍ ରୁ ୬ଟା ୨୩ମିନିଟ୍ ।
ମେଷ:-
ଶୁଭ କାମ କରି ପ୍ରଶଂସିତ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ବୃଷ:-
ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ବନ୍ଧୁଙ୍କ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କର୍କଟ:-
ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ନୂତନ ଯୋଜନାରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-
ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଅଧସ୍ତନ କର୍ମୀ ଓ ସହଯୋଗୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହି ଯିବା ଅଧିକ ଉତ୍ତମ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବିଚ୍ଛା:-
ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-
ବ୍ୟାପାର ଓ କାରବାରରେ ସୁଧାର ଆସିବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ସାମାଜିକ ପତିଆରା ଅମଳିନ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମୀନ:-
ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ଗ୍ରାହାକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
