ଆଜିର ଭାଗ୍ୟଫଳ (ବୁଧବାର, ୨୯ /୧୨/୨୦୨୧), ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଡିସେମ୍ବର ୨୯ । ବୁଧବାର । ଧନୁ ମାସ ୧୪ ଦିନ । ପୌଷ ମାସ । କୃଷ୍ଣପକ୍ଷ । ଦଶମୀ ତିଥି । ସ୍ଵାତୀ ନକ୍ଷତ୍ର । ତୁଳା ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ । ବିଷ୍ଟି କରଣ, ଦିବା ୪ଟା ୧୨ମିନିଟ୍ ଗତେ ବବ କରଣ । କର୍କଟ ରାଶିର ଘାତବାର । କଳମଶାଗ ନ ଖାଇଲେ ଭଲ ଦିବା ୪ଟା ୧୨ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୪ଟା ୧୨ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୯ଟା ୬ମିନିଟ୍ ରୁ ୧୦ଟା ୨୭ମିନିଟ୍, ଦିବା ୧୧ଟା ୪୮ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ରି ୩ଟା ୬ମିନିଟ୍ ରୁ ୪ଟା ୪୫ମିନିଟ୍ । ଶୁଭସମୟ- ସକାଳ ୬ଟା ୨୫ମିନିଟ୍ ରୁ ୮ଟା ୩୨ମିନିଟ୍, ଦିବା ୧୦ଟା ୪୪ମିନିଟ୍ ରୁ ୧୧ଟା ୪୭ମିନିଟ୍, ଦିବା ୧ଟା ୩୭ମିନିଟ୍ ରୁ ୩ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୭ମିନିଟ୍ ରୁ ୬ଟା ୫୭ମିନିଟ୍, ରାତ୍ର ୮ଟା ୪୫ମିନିଟ୍ ରୁ ରାତ୍ର ୩ଟା ୫ମିନିଟ୍, ରାତ୍ର ୪ଟା ୪୬ମିନିଟ୍ ରୁ ସନ୍ଧ୍ୟା ୬ଟା ୨୩ମିନିଟ୍ ।
ମେଷ:-
ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ । ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-
ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସାମାଜିକ ସ୍ତରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ । ପ୍ରେମ କ୍ଷେତ୍ରରେ ମଉଜ ମସ୍ତିରେ ସମୟ କଟିପାରେ । ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ଆଦାୟ ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-
ଜନସେବାରେ ନିଜକୁ ନିୟୋଜିତ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ଜାଗାଜମି ଘରବାଡ଼ି ନେଇ ସମସ୍ୟା ଦେଖାଦେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କର୍କଟ:-
ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଦୂର ସ୍ଥାନକୁ ଯାତ୍ରା କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-
ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଆର୍ଥିକ ଉନ୍ନତିରେ ସଫଳତା ମିଳିବ । ପୁରୁଣା ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରି ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା:-
ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-
ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ । ଅଚାନକ ଅର୍ଥ ପ୍ରାପ୍ତିହୋଇ ଆର୍ଥିକ ସମସ୍ୟା ଦୂରେଇ ଯିବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମକର:-
ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ । ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ । ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-
କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ଆୟ ପନ୍ଥାର ପରିବର୍ତ୍ତନ ଆସିବ । ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-
ସାଂସାରିକ ଜୀବନ ସୁଖମୟ ହେବ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଅଧିକ ରୋଜ ଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
