ଆଜିର ଭାଗ୍ୟଫଳ (ଶୁକ୍ରବାର, ୦୪/୦୮/୨୦୨୩), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଅଦ୍ୟ ଅଗଷ୍ଟ ମାସ ୦୪ ତାରିଖ ୨୦୨୩ ମସିହା(ଶୁକ୍ରବାର) । ଶକାବ୍ଦ -୧୯୪୫ । ସମ୍ବତ -୨୦୮୦ । ଦିଲ୍ଲୀସ୍ୱରାଦ୍ଧ-୧୪୩୦ । ସମ୍ବତ୍ସର-ପିଙ୍ଗଳ । ଶ୍ରାବଣମାସ-ମଳ କୃଷ୍ଣପକ୍ଷ । ତିଥି- ତୃତୀୟା ଦିବା ଘ୦୧/୦୪ ପର୍ୟ୍ୟନ୍ତ ତଦନ୍ତେ ଚତୁର୍ଥୀ । ନକ୍ଷତ୍ର-ଶତଭିଷା ଦିବା ଘ୦୮/୦୦ ପର୍ୟ୍ୟନ୍ତ ତଦନ୍ତେ ପୂର୍ବ ଭାଦ୍ର । ଚନ୍ଦ୍ର-କୁମ୍ଭ ରାତ୍ରି ଘ୧୨/୧୦ ପର୍ୟ୍ୟନ୍ତ ତଦନ୍ତେ ମୀନ । ଯୋଗ- ଶୋଭନ । କରଣ – ବିଷ୍ଟି । ସୌରମାସ- କର୍କଟ ୧୯ ଦିନ । ସୁର୍ୟୋଦୟ-ପ୍ରାତଃ ଘ୦୫/୨୮/୪୪ । ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୮/୧୧ । ଯୋଗିନୀ ଅଗ୍ନିକୋଣେ ଦିବା ଘ ୦୧/୦୩ ପର୍ୟ୍ୟନ୍ତ ତଦନ୍ତେ ନୈରୁତେ । ତୃତୀୟା ଓ ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଧନୁ ରାଶିର ଘାତଚନ୍ଦ୍ର । ବିଛା,ଧନୁ ଓ ମୀନ ରାଶିର ଘାତବାର । କାଳବେଳା ଓ ବାରବେଳା – ଦିବା ଘ୦୮/୪୦ ଗତେ ଘ୧୧/୫୨ ମଧ୍ୟେ । ବିଶୁଦ୍ଧ ଅମୃତ ବେଳ। – ଦିବା ୦୭/୦୪ ମଧ୍ୟେ ଓ ଘ୦୭/୫୧ ଗତେ ଘ୦୮/୩୯ ମଧ୍ୟେ ଓ ଘ୦୨/୧୫ ଗତେ ଘ୦୩/୫୨ ମଧ୍ୟେ । ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୧/୦୫ ଗତେ ଘ୧୧/୫୪ ମଧ୍ୟେ । ଅଦ୍ୟ ପୋଟଳ ଦିବା ଘ ୦୧/୦୪ ଗତେ ମୂଳା ଭକ୍ଷଣ ନିଷେଧ ।
ମେଷ : ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ : ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ : ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ : ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ : ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା : ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା : ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା : ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ : ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର : ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
କୁମ୍ଭ : ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ : ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।
