ଆଜିର ଭାଗ୍ୟଫଳ (ସୋମବାର, ୦୯/୦୧/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଆଜି ୨୦୨୩ ଜାନୁଆରୀ ୯ ତାରିଖ । ସୋମବାର । ଧନୁ ମାସ ୨୫ଦିନ । ମାଘ ମାସ । କୃଷ୍ଣ ପକ୍ଷ । ଦ୍ଵିତୀୟା ତିଥି ଦିବା ୯ଟା ୩୯ମିନିଟ ପରେ ତୃତୀୟା ତିଥି । ଆଶ୍ଳେଷା ନକ୍ଷତ୍ର । କର୍କଟ ରାଶିରେ ଚନ୍ଦ୍ର । ବିଷ୍ଣୁମ୍ଭ ଯୋଗ ଦିବା ୧୦ଟା ୩୧ମିନିଟ୍ ପରେ ପ୍ରୀତି ଯୋଗ । ଘର କରଣ ଦିବା ୯ଟା ୩୯ମିନିଟ୍ ପରେ ବଣିଜ କରଣ ରାତ୍ରି ୧୦ଟା ୫୫ ମିନିଟ ପରେ ବିଷ୍ଟି କରଣ । ମିଥୁନ ରାଶିର ଘାତ ବାର । ବୋଇତିକଖାରୁ ନ ଖାଇଲେ ଭଲ ସକାଳ ୯ଟା ୩୯ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୯ଟା ୩୯ମିନିଟ୍ ପରେ ଆଗ୍ନୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୮ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୨ଟା ୩୬ମିନିଟ୍ ରୁ ୩ଟା ୫୮ମିନିଟ୍, ରାତ୍ରି ୧୦ଟା ୧୫ମିନିଟ୍ ରୁ ୧୧ଟା ୫୩ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୯ଟା ୨୧ମିନିଟ୍ ରୁ ୧୧ଟା ୩୧ମିନିଟ୍, ରାତ୍ର ୭ଟା ୫୭ମିନିଟ୍ ରୁ ୧୦ଟା ୧୫ମିନିଟ, ରାତ୍ର ୨ଟା ୫୭ମିନିଟ୍ ରୁ ୩ଟା ୪୯ମିନିଟ୍ ।
ମେଷ:- ଦୂର ଯାତ୍ରାରେ ସଫଳତା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:- ଶାରିରୀକ ସୁସ୍ଥତା ଦେଖା ଦେବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ଦୂରସ୍ଥାନକୁ ଯାତ୍ରା କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ମିଥୁନ:- ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ନିଜ ପରିଶ୍ରମରେ ସଫଳତା ପାଇବେ ଓ ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ରହି ଯାତାୟତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:- ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:- ଶତୃମାନେ ପରାଜିତ ହେବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କନ୍ୟା:- ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:- ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ଅଫିସରେ ଟେନସନ ଦୂର ବେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:- ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ହେବାସହ ପ୍ରଶଂସା ମିଳିପାରେ । ରାଜନୈତିକ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:- ସାମାଜିକ ପତିଆରା ଅମଳିନ ରହିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:- ସ୍ୱାସ୍ଥ୍ୟ ଠିକ୍ ରହିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:- କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ବ୍ୟବସାୟରେ ଆଶାତୀତ ଲାଭହେବ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:- ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
