ଆଜିର ଭାଗ୍ୟଫଳ (ସୋମବାର, ୨୧/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୨୧ ତାରିଖ । ସୋମବାର । ମୀନ ମାସ ୭ ଦିନ । ଚୈତ୍ରମାସ । କୃଷ୍ଣପକ୍ଷ । ତୃତୀୟା ତିଥି ସକାଳ ୮ ଟା ୨୧ମିନିଟ୍ ପରେ ଚତୁର୍ଥୀ ତିଥି । ସ୍ଵାତୀ ନକ୍ଷତ୍ର । ତୁଳା ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ । ବିଷ୍ଟି କରଣ ସକାଳ ୮ଟା ୨୧ମିନିଟ୍ ପରେ ବବ କରଣ । ମିଥୁନ ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ ଦିବା ୮ ଟା୨୧ ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୮ଟା ୨୧ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୭ଟା ୨୩ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୨ଟା ୫୪ମିନିଟ୍ ରୁ ଦିବା ୪ଟା ୨୫ମିନିଟ୍, ରାତ୍ରି ୧୦ଟା ୨୩ମିନିଟ୍ ରୁ ୧୧ଟା ୫୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୪ମିନିଟ୍ ରୁ ୭ଟା ୨୩ମିନିଟ୍, ଦିବା ୧୦ଟା ୪୨ମିନିଟ୍ ରୁ ଦିବା ୧ଟା ୬ମିନିଟ୍, ଦିବା ୪ଟା ୨୫ମିନିଟ୍ ରୁ ୫ଟା ୦୬ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ରାତ୍ର ୯ଟା ୦୫ମିନିଟ୍, ରାତ୍ର ୧୧ଟା ୫୪ମିନିଟ୍ ରୁ ରାତ୍ର ୨ଟା ୪୧ମିନିଟ୍ ।
ମେଷ:-ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ରାଜନୀତି କ୍ଷେତ୍ରରେ ଶାନ୍ତି ପାଇବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଆୟବୃଦ୍ଧି, ଋଣମୁକ୍ତି ଓ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାପନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । କିନ୍ତୁ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
କର୍କଟ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ଛାତ୍ରଛାତ୍ରୀ ମାନଙ୍କର ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ଇଚ୍ଛା ମୁତାବକ ଲାଭ ପାଇବେ । ଆୟ ଉତ୍ତମ ହେବା ସ୍ଥଳରେ ବ୍ୟୟ ହ୍ରାସ ପାଇବା ସହ ଆକସ୍ମିକ ଅର୍ଥଲାଭର ଯୋଗ ମଧ୍ୟ ରହିଛି । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ନୂତନ କାର୍ଯ୍ୟ କିଛି ଶୁଭାରମ୍ଭ କରି ପାରନ୍ତି । ବହୁକ୍ଷେତ୍ରରେ ପ୍ରିୟତା ଯୋଗେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରି ପାରିବେ । ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଆୟ ଉତ୍ତମ ହେବା ସ୍ଥଳରେ ବ୍ୟୟ ହ୍ରାସ ପାଇବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇ ମୁଣ୍ଡ ଉଚ୍ଚା ରହିବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ତୁଳା:-କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ବିଚ୍ଛା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ଧନୁ:-ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ ଓ ବ୍ୟବସାୟିକ ସ୍ଥିତି ସନ୍ତୋଷ ଜନକ ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଶୁଭଚିନ୍ତକମାନେ ସାହାଯ୍ୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ସ୍ଥଗିତଥିବା କର୍ମଟି ପୂରଣ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେଲେ ମଧ୍ୟ ଘର ପରିବାରକୁ ପ୍ରାଥମିକତା ଦେବା ଫଳରେ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
