ଆଜିର ଭାଗ୍ୟଫଳ (ଶନିବାର, ୨୬/୦୨/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ଫେବୃୟାରୀ ୨୬ । ଶନିବାର । କୁମ୍ଭ ମାସ ୧୪ ଦିନ । ଫାଲଗୁନ ମାସ । କୃଷ୍ଣପକ୍ଷ । ଦଶମୀ ତିଥି ଦିବା ୧୦ଟା ୩୯ମିନିଟ୍ ଗତେ ଏକାଦଶୀ ତିଥି । ମୂଳା ନକ୍ଷତ୍ର ଦିବା ୧୦ଟା ୩୧ମିନିଟ୍ ଗତେ ପୂର୍ବାଷାଢା ନକ୍ଷତ୍ର । ଧନୁ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ରାତ୍ରି ୮ଟା ୫୦ମିନିଟ୍ ଗତେ ବ୍ୟତିପାତ ଯୋଗ । ବିଷ୍ଟି କରଣ ଦିବା ୧୦ଟା ୩୯ମିନିଟ୍ ଗତେ ବବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ଦିବା ୧୦ଟା ୩୯ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।
ଯୋଗିନୀ- ଉତ୍ତରେ ଦିବା ୧୦ଟା ୩୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ପ୍ରାତଃ ୬ଟା ୧୨ମିନିଟ୍ ରୁ ୭ଟା ୩୯ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ୫ଟା ୪୭ମିନିଟ୍, ସନ୍ଧ୍ୟା ୫ଟା ୪୭ମିନିଟ୍ ରୁ ୭ଟା ୨୦ମିନିଟ୍, ରାତ୍ରି ୪ଟା ୩୮ମିନିଟ୍ ରୁ ୬ଟା ୧୧ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୮ଟା ୧୬ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୧୨ଟା ୨୫ମିନିଟ୍ ରୁ ୨ଟା ୨ମିନିଟ୍, ରାତ୍ର ୨ଟା ୫୪ମିନିଟ୍ ରୁ ରାତ୍ର ୪ଟା ୩୧ମିନିଟ୍ ।
ମେଷ:-ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ । ବନ୍ଧୁଙ୍କ ଆଚରଣ ମନରେ ଆନନ୍ଦ ସୃଷ୍ଟି କରିବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବୃଷ:-ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଭାବ ଦେଖାଦେବ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସ୍ୱାସ୍ଥ୍ୟ ଠିକ୍ ରହିବ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କର୍କଟ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ସିଂହ:-ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅତି ନିଜର ଲୋକମାନେ ଶତୃତା ଆଚରଣ କରି ପାରନ୍ତି । ସାମୟିକ ଶାରୀରିକ ପୀଡା ଭୋଗ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ କରିବା ପାଇଁ ମନ ବଳେଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଘରୋଇ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଦେଖା ଦେଇ ପାରେ ସତର୍କ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ରାଜନୀତି କ୍ଷେତ୍ରରେ କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।
ମକର:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟାର ସମାଧାନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କୁମ୍ଭ:-ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ରାଜନୈତିକ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ ।
