ଆଜିର ଭାଗ୍ୟଫଳ (ରବିବାର, ୦୭/୦୫/୨୦୨୩), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଅଦ୍ୟ ମଇ ମାସ ୦୭ ତାରିଖ ୨୦୨୩ ମସିହା(ରବିବାର) । ଶକାବ୍ଦ- ୧୯୪୪ । ସମ୍ବତ- ୨୦୮୦ । ଦିଲ୍ଲୀସ୍ୱରାଦ୍ଧ- ୧୪୩୦ । ସମ୍ବତ୍ସର- ଅନଳ । ଜ୍ୟେଷ୍ଠ ମାସ- କୃଷ୍ଣପକ୍ଷ । ତିଥି- ଦ୍ଵିତୀୟା ରାତ୍ରି ଘ୦୮/୦୩ ପର୍ୟ୍ୟନ୍ତ ତଦନ୍ତେ ତୃତୀୟା । ନକ୍ଷତ୍ର- ଅନୁରାଧା ରାତ୍ରି ଘ୦୮/୪୫ ପର୍ୟ୍ୟନ୍ତ ତଦନ୍ତେ ଜ୍ୟେଷ୍ଠା । ଚନ୍ଦ୍ର-ବିଛା । ଯୋଗ- ବାରୀୟନ୍ । କରଣ – ତୈତିଳ । ସୌରମାସ- ମେଷ ୨୪ ଦିନ । ସୁର୍ୟୋଦୟ-ପ୍ରାତଃ ଘ୦୫/୨୦/୦୧ । ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୨୯ । ଯୋଗିନୀ ଉତ୍ତରେ ରାତ୍ରି ଘ୦୮/୦୪ ପର୍ୟ୍ୟନ୍ତ ତଦନ୍ତେ ଅଗ୍ନିକୋଣେ । ମେଷ ରାଶିର ଘାତବାର । ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କାଳବେଳା ଓ ବାରବେଳା – ଦିବା ଘ୧୦/୦୧ଗତେ ଘ୦୧/୧୧ ମଧ୍ୟେ । ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୦୫ ଗତେ ଘ୦୯/୧୮ ମଧ୍ୟେ ଓରାତ୍ରି ଘ୦୭/୪୪ ଗତେ ଘ୦୯/୨୧ ମଧ୍ୟେ ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୦୬ମଧ୍ୟେ ଓରାତ୍ରି ଘ୦୬/୫୪ ଗତେ ଘ୦୭/୪୩ ମଧ୍ୟେ । ଅଦ୍ୟ ବୋଇତିକଖାରୁ ରାତ୍ରି ଘ୦୮/୦୪ ଗତେ ପୋଟଳ ଭକ୍ଷଣ ନିଷେଧ ।
ମେଷ : ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି ।
ବୃଷ : ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ ।
ମିଥୁନ : ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ, ଏପରିକି ବକେୟା ମଧ୍ୟ ପାଇପାରନ୍ତି ।
କର୍କଟ : ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି ।
ସିଂହ : ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି ।
କନ୍ୟା : ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ ।
ତୁଳା : ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ ।
ବିଛା : ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ ।
ଧନୁ : ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ ।
ମକର : ଆଜି ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ ।
କୁମ୍ଭ : ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ ।
ମୀନ : ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ ।
