ଆଜିର ଭାଗ୍ୟଫଳ (ରବିବାର, ୨୭/୦୨/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ଫେବୃୟାରୀ ୨୭ । ରବିବାର । କୁମ୍ଭ ମାସ ୧୫ ଦିନ । ଫାଲଗୁନମାସ । କୃଷ୍ଣପକ୍ଷ । ଏକାଦଶୀତିଥି ସକାଳ ୮ଟା ୧୩ମିନିଟ୍ ଗତେ କ୍ଷୟ ଦ୍ଵାଦଶୀ ତିଥି । ପୂର୍ବାଷାଢା ନକ୍ଷତ୍ର ସକାଳ ୮ଟା ୪୮ମିନିଟ୍ ଗତେ ଉତ୍ତରାଷାଢା ନକ୍ଷତ୍ର । ଧନୁ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ସନ୍ଧ୍ୟା ୫ଟା ୩୭ମିନିଟ୍ ଗତେ ବରୀୟାନ ଯୋଗ । ବାଳବ କରଣ ସକାଳ ୮ଟା ୧୩ମିନିଟ୍ ଗତେ କୌଳବ କରଣ । ମେଷ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର ଦିବା ୨ଟା ୨୧ମିନିଟ୍ ଗତେ ସିଂହ ରାଶିର ଘାତଚନ୍ଦ୍ର ।
ଶିମ୍ବ, ଆମିଷ ନ ଖାଇଲେ ଭଲ ସକାଳ ୮ଟା ୧୩ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ସକାଳ ୮ଟା ୧୩ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୨ମିନିଟ୍ ରୁ ୧୧ଟା ୫୯ମିନିଟ୍, ଦିବା ୧୧ଟା ୫୯ମିନିଟ୍ ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୩୨ମିନିଟ୍ ରୁ ୩ଟା ୫ମିନିଟ୍ । ଶୁଭସମୟ- ସକାଳ ୬ଟା ୧୨ମିନିଟ୍ ରୁ ୧୦ଟା ୨ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୩୭ମିନିଟ୍ ରୁ ୯ଟା ୪ମିନିଟ୍, ରାତ୍ର ୧୨ଟା ୨୪ମିନିଟ୍ ରୁ ରାତ୍ର ୧ଟା ୩୧ମିନିଟ୍, ରାତ୍ର ୩ଟା ୬ମିନିଟ୍ ରୁ ୩ଟା ୪୧ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ ସମ୍ମତ ପଙ୍କୋଦ୍ଧାର ଏକାଦଶୀ ।
ମେଷ:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସଂଘର୍ଷ ଦ୍ଵାରା ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଉଚିତ୍ ପନ୍ଥା ଗ୍ରହଣ କରି ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ନୂତନପନ୍ଥା ଅନୁସରଣ କରିବା ଫଳରେ ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବକେୟା ଅର୍ଥ କିଛି ମିଳିଯାଇ ପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
କର୍କଟ:-ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।
ସିଂହ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସେବାକାରୀମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ତୁଳା:-ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗ ନେବେ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ଗୁରୁଜନ ମାନଙ୍କର ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ସମସ୍ତଙ୍କ ମେଳରେ ରହି ଆନନ୍ଦ ଅନୁଭବ କରିବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆଶା କରୁଥିବା ଘଟଣା ଘଟିବା ଫଳରେ ଖୁସି ରହିବେ । ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଅଚାନକ ଧନ ଲାଭ ହେବାରୁ ମନଖୁସି ରହିବ । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।
