ଆଜିର ଭାଗ୍ୟଫଳ (ଗୁରୁବାର, ୨୯/୧୨/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଆଜି ୨୦୨୨ ଡିସେମ୍ବର ୨୯ ତାରିଖ । ଗୁରୁବାର । ଧନୁ ମାସ ୧୪ଦିନ । ପୌଷ ମାସ ଶୁକ୍ଳ ପକ୍ଷ । ସପ୍ତମୀ ତିଥି । ପୂର୍ବଭାଦ୍ରପଦ ନକ୍ଷତ୍ର ଦିବା ୧୧ଟା ୪୫ମିନିଟ୍ ପରେ ଉତ୍ତରଭାଦ୍ରପଦ ନକ୍ଷତ୍ର । ମୀନ ରାଶିରେ ଚନ୍ଦ୍ର। ବ୍ୟତିପାତ ଯୋଗ ଦିବା ୧୧ଟା ୪୫ମିନିଟ୍ ପରେ ବରୀୟାନ ଯୋଗ। ଗର କରଣ ସକାଳ ୭ଟା ୫୫ମିନିଟ୍ ପରେ ବାଣିଜ୍ୟ କରଣ। ତୁଳା, କୁମ୍ଭ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ ରାତି ୭ଟା ୧୭ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ବାୟବ୍ୟେ ରାତି ୭ଟା ୧୭ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୩୦ମିନିଟ୍ ରୁ ୫ଟା ୧୩ମିନିଟ୍, ରାତ୍ରି ୧୧ଟା ୪୮ମିନିଟ୍ ରୁ ୧ଟା ୨୭ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୭ଟା ୪୯ମିନିଟ୍, ସନ୍ଧ୍ୟା ୬ଟା ୬ମିନିଟ୍ ରୁ ରାତ୍ର ୯ଟା ୩୫ମିନିଟ୍, ରାତ୍ର ୧ଟା ୨୮ମିନିଟ୍ ରୁ ୩ଟା ୪୫ମିନିଟ୍, ରାତ୍ର ୪ଟା ୩୯ମିନିଟ୍ ରୁ ୬ଟା ୨୩ମିନିଟ୍।
ମେଷ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବୃଷ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ ଓ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ସାମାଜିକ କାର୍ଯ୍ୟରେ ସଫଳତାପାଇ ମାନସମ୍ମାନ ବୃଦ୍ଧି ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। କାର୍ଯ୍ୟକ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଦୂର ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ସିଂହ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମାଜିକ ପତିଆରା ଅମଳିନ ରହିବ। ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ତୁଳା:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମଚାରୀ ମାନେ ଉନ୍ନତି କରିପାରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି କାମପ୍ରତି ମନ ଲାଗିବ ନାହିଁ ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଯାନବାହନ ସୁଖ ମିଳିବ। ସ୍ୱାସ୍ଥ୍ୟ ଠିକ୍ ରହିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତି ମାନେ ଶୁଭ ସଂବାଦ ପାଇ ଖୁସିହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇବାର ସୁଯୋାଗ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। ବିଦ୍ୟାର୍ଥିମାନେ କେତେକ କ୍ଷେତ୍ରରେ ଭଲ କାମକରି ପ୍ରଶଂସା ପାଇବେ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।
