ଆଜିର ଭାଗ୍ୟଫଳ (ମଙ୍ଗଳବାର, ୧୮/୧୦/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ…..
ଆଜି ୨୦୨୨ ଅକ୍ଟୋବର ୨୧ ତାରିଖ । ଶୁକ୍ରବାର । ତୁଳା ମାସ ୫ଦିନ । କାର୍ତ୍ତିକମାସ କୃଷ୍ଣପକ୍ଷ । ଏକାଦଶୀ ତିଥି ସନ୍ଧ୍ୟା ୫ଟା ୨୩ମିନିଟ୍ ପରେ ଦ୍ଵାଦଶୀତିଥି । ମଘା ନକ୍ଷତ୍ର ଦିବା ୧୨ଟା ୨୭ମିନିଟ୍ ପରେ ପୂର୍ବାଫାଲଗୁନୀ ନକ୍ଷତ୍ର । ସିଂହ ରାଶିରେ ଚନ୍ଦ୍ର । ଶୁକ୍ଲ ଯୋଗ । ବାଳବ କରଣ ସନ୍ଧ୍ୟା ୫ଟା ୨୩ମିନିଟ୍ ପରେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୨୩ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ସନ୍ଧ୍ୟା ୫ଟା ୨୩ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୩୧ମିନିଟ୍, ରାତ୍ରି ୮ଟା ୨୩ମିନିଟ୍ ରୁ ୯ଟା ୫୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୬ଟା ୩୧ମିନିଟ୍, ସକାଳ ୭ଟା ୧୯ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୨ଟା ୫୬ମିନିଟ୍, ଦିବା ୩ଟା ୪୪ମିନିଟ୍ ରୁ ୫ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୬ମିନିଟ୍ ରୁ ୮ଟା ୨୨ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ୧ଟା ୩୫ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୪ଟା ୬ମିନିଟ୍ । ପର୍ବଦିନ- ସର୍ବସମ୍ମତ ରମା ଏକାଦଶୀ ।
ମେଷ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦଥିବା କାର୍ଯ୍ୟ ପୂରଣ ହେବ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବୃଷ:-ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ନୂଆ କାମ ନୂଆ ପ୍ରେରଣା ଦେବ । ପ୍ରତିଯୋଗିତାରେ ବିଜୟୀ ହେବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମିଥୁନ:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ବ୍ୟବସାୟରେ ଶ୍ରମ ସାର୍ଥକ ହେବା ସହ ଆୟ ବଢିବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ । ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ କରି ପାରନ୍ତି । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ଶିକ୍ଷା କ୍ଷେତ୍ରରେ ଆଶାନୁଯାଇ ଫଳାଫଳ ମିଳିବ । ସହକର୍ମୀଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ବୃଦ୍ଧି ପାଇବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବ୍ୟବସାୟୀମାନଙ୍କର ଲାଭ ହେଲେ ମଧ୍ୟ ବ୍ୟୟ ଅଧିକ କରିବେ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିପାରେ । ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।
ସିଂହ:-ଶତ୍ରୁହାନି, ଉଚ୍ଚପ୍ରଶଂସାଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ଗୁରୁଜନମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେଇ ପାରେ । ବାଣିଜ୍ୟ ବ୍ୟାପାର କାମପାଇଁ ବାହାରକୁ ଯିବାକୁ ପଡିପାରେ । ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ । ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ । ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖା ଦେବ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯାଇ ପାରେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହୋଇ ପାରନ୍ତି । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଛାତ୍ର ଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ହସ ଖୁସିରେ ସମୟ ବିତେଇବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହେବ । କିନ୍ତୁ ପାଖ ପଡ଼ୋଶୀ ମାନେ କଟୁବଚନ ଶୁଣେଇ ପାରନ୍ତି । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଦୌଡ-ଧୂପରେ ସୁଖ ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ମୀନ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ଟଙ୍କାର ଆବଶ୍ୟକତା ପୂରଣହେବ । ବକ୍ତବ୍ୟପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ । କଠିନ ପରିଶ୍ରମ କରିବା ଫଳରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
