ଆଜିର ଭାଗ୍ୟଫଳ (ବୁଧବାର, ୯/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୯ ତାରିଖ । ବୁଧବାର । କୁମ୍ଭ ମାସ ୨୫ ଦିନ । ଫାଲଗୁନ ମାସ । ଶୁକ୍ଳପକ୍ଷ । ସପ୍ତମୀ ତିଥି । କୃତ୍ତିକା ନକ୍ଷତ୍ର ସକାଳ ୮ଟା ୩୧ମିନିଟ୍ ଗତେ ରୋହିଣୀ ନକ୍ଷତ୍ର । ବୃଷ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ । ଗର କରଣ ଦିବା୧ଟା ୪୧ମିନିଟ୍ ଗତେ ବଣିଜ କରଣ । କର୍କଟ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ରାତି ୨ଟା ୫୭ ମିନିଟ୍ ପରେ ନଡିଆ,ଆମିଷ ନ ଖାଇଲେ ଭଲ । ଯୋଗିନୀ ବାୟବ୍ୟେ ରାତି ୨ଟା ୫୭ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଅଶୁଭସମୟ ଦିବା ୯ଟା୦୧ ରୁ ଦିବା ୧୦ଟା ୩୦ମିନିଟ୍, ଦିବା ୧୧ଟା ୫୭ମିନିଟ୍ ରୁ ୧ଟା ୨୬ମିନିଟ୍, ରାତ୍ରି ୩ଟା ରୁ ୪ଟା ୩୨ମିନିଟ୍ । ଶୁଭସମୟ ପ୍ରାତଃ ୬ଟା ୦୪ମିନିଟ୍ ରୁ ୭ଟା ୩୮ମିନିଟ୍, ଦିବା ୧୦ଟା ୩୦ମିନିଟ୍ ରୁ ୧୧ଟା ୩୩ମିନିଟ୍, ଦିବା ୧ଟା ୫୬ମିନିଟ୍ ରୁ ୫ଟା ୦୩ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୨ଟା ରୁ ରାତ୍ର ୩ଟା, ନିଶାନ୍ତ ୪ଟା ୩୨ମିନିଟ୍ ରୁ ୬ଟା ୦୨ମିନିଟ୍ ।
ମେଷ:ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । କେତେକ କର୍ମରେ ସଫଳତା ପ୍ରାପ୍ତି ହୋଇ ପରାକ୍ରମ ବଢିବ । ହସଖୁସିରେ ସମୟ ବିତାଇବେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କର୍ମକ୍ଷେତ୍ରରେ କୌଣସି ଶୁଭ କାର୍ଯ୍ୟ କରି ସଫଳତା ଅର୍ଜନ କରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଆୟବୃଦ୍ଧି, ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହୋଇ ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମିଥୁନ:ପାରିବାରିକ ସମସ୍ୟାକୁ ନେଇ କାର୍ଯ୍ୟ କ୍ଷେତ୍ରରେ କିଛି ପରିବର୍ତ୍ତନ ଆସିବ । ଖେଳ, କୁଦ ପ୍ରତିଯୋଗିତାରେ ଉତ୍ସାହ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କରିବା ଆବଶ୍ୟକ । ଈର୍ଷାପରାୟଣ ବ୍ୟକ୍ତିମାନେ କେତେକ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରି ପାରନ୍ତି । ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କର୍କଟ:ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ ଉନ୍ନତି ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରତିକାର: କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:ଶିଳ୍ପବାଣିଜ୍ୟ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ସହ ଗୃହବାହାନ ପ୍ରାପ୍ତି ହେବ । ପ୍ରତିକାର ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କନ୍ୟା:ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ଅନୁଭବ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:କର୍ମକ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବ୍ୟବସାୟରେ ଲାଭକ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ । ପ୍ରତିକାର: ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:ସାକ୍ଷାତ କାରରେ ସଫଳତା ମିଳିବ । ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପ୍ରତିକାର ହଳଦୀଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।
ମକର:ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁଙ୍କ ସାହାଯ୍ୟ ଦ୍ଵାରା କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷା ସନ୍ତୋଷ ଜନକ ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦିତ ହେବ । ବକେୟା ଅର୍ଥ କିଛି ଆଦାୟ ହୋଇପାରେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । ପ୍ରତିକାର ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
