ଆଜିର ଭାଗ୍ୟଫଳ (ବୁଧବାର, ୧୬/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୧୬ ତାରିଖ । ବୁଧବାର । ମୀନ ମାସ ୨ ଦିନ । ଫାଲଗୁନ ମାସ । ଶୁକ୍ଳପକ୍ଷ । ତ୍ରୟୋଦଶୀ ତିଥି । ମଘା ନକ୍ଷତ୍ର । ସିଂହ ରାଶିରେ ଚନ୍ଦ୍ର । ଧୃତି ଯୋଗ । ତୈତିଳ କରଣ ଦିବା ୧ଟା ୪୦ମିନିଟ୍ ଗତେ ଗର କରଣ । କର୍କଟ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ଦିବା ୧ଟା୪୦ ମିନିଟ୍ ପରେ ବିରି ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧ଟା ୪୦ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀ ଏକୋଦ୍ଧିଷ୍ଟ ଓ ଚତୁର୍ଦ୍ଦଶୀର ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୮ଟା ୫୬ମିନିଟ୍ ରୁ ୧୦ଟା ୨୬ମିନିଟ୍,ଦିବା ୧୧ଟା ୫୫ମିନିଟ୍ ରୁ ଦିବା ୧ଟା ୨୫ମିନିଟ୍ । ରାତ୍ରି ୨ଟା ୫୬ମିନିଟ୍ ରୁ ରାତ୍ରି ୪ଟା ୨୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୯ମିନିଟ୍ ରୁ ୭ଟା ୩୩ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ୧୧ଟା ୩୧ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୦୫ମିନିଟ୍, ସନ୍ଧ୍ୟା ୬ଟା ୪୨ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧ଟା ୫୬ମିନିଟ୍ ରୁ ରାତ୍ର ୨ଟା ୫୬ମିନିଟ୍, ରାତ୍ର ୪ଟା ୨୭ମିନିଟ୍ ରୁ ୫ଟା ୫୭ମିନିଟ୍ ।
ମେଷ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁଙ୍କ ସହଯୋଗ ରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବୃଷ:-ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବ୍ୟବସାୟ କ୍ଷେତ୍ର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମିଥୁନ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ ଓ କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଶତୃନାଶ, ଋଣନାଶ ଓ ପରିଚାଳନାଗତ ସମସ୍ୟା ସମାଧାନ ହେବ । ଦୂରଯାତ୍ରାକଲେ ଅଭିଷ୍ଟ ପ୍ରାପ୍ତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଭ୍ରାତୃ ବିବାଦ ଦୂର ହେବ । ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ । ଗୃହୋପକରଣ କ୍ରୟ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଶତ୍ରୁବାଧା ଦୂରେଇ ଯିବ । ଆର୍ଥିକ ଚିନ୍ତା ଦୁର ହେବ ଓ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତାରେ ନିଜ ପକ୍ଷ ସବଳ ରହିବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତାମାନେ ବିଶେଷ ଲାଭବାନ୍ ହେବେ । ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଶତୃମାନେ ମଥାନତ କରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
