ଆଜି ରାଜ୍ୟର ୧୫ ଜିଲାରେ କାଳବୈଶାଖୀ! ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆଜି ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହିସବୁ ଜିଲାଗୁଡିକୁ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୪ରୁ ୫ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅକ୍ଟୋବର ୫ରୁ ୬ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲାର ବି ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
