ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି
ପୁରୀ : ଆଜି ଗୁରୁବାର ଆଷାଢ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ନୀତି ସମ୍ପନ୍ନ ହେବା ପରେ ଶ୍ରୀଜୀଉଙ୍କ ବନକଲାଗି ନୀତି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ ଏହି ବିଶେଷ ନୀତି ସମ୍ପାଦକ କରିବେ । କଳା, ଧଳା, ହିରୁତାଳ, ହିଙ୍ଗୁଳ ଆଦି ରଙ୍ଗରେ ମହାବାହୁଙ୍କ ଶ୍ରୀମୁଖ ସିଙ୍ଗାର କରାଯିବ । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୂଚନା ଯେ, ଏବେ ରଥଯାତ୍ରା ଅବସରରେ ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ଚାଲିଛି ନୀତିକାନ୍ତି ।
