ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୬ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୭୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ, ପୁରୀ ଜିଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡ଼ା, ସମ୍ବଲପୁର ଜିଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ସୁନ୍ଦରଗଡ଼ ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୮୬,୯୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୪୮,୯୬୦ ଜଣ ସୁସ୍ଥ ହୋଇଥିବା ବେଳେ ୩୪,୨୧୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୭୧୭ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
