ରାଜ୍ୟରେ ଆଉ ୩,୦୮୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୩ହଜାର ୦୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୭୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧ହଜାର ୩୧୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୧୨ହଜାର ୮୮୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୭୮ ଜଣ ଥିବାବେଳେ ବାଲେଶ୍ୱରରୁ ୨୪୬ଜଣ, ବରଗଡ଼ରୁ ୪୬ ଜଣ, ଭଦ୍ରକରୁ ୧୪୫ଜଣ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୩୫ଜଣ, କଟକରୁ ୪୬୨ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୯୫ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୨୨ ଜଣ, ଜଗତସିଂହପୁରରୁ ୬୦ ଜଣ, ଯାଜପୁରରୁ ୨୦୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୧୭ ଜଣ, କନ୍ଧମାଳରୁ ୨୮ ଜଣ, କେନ୍ଦ୍ରାପଡ଼ାରୁ ୭୦ଜଣ, କେଉଁଝରରୁ ୭୨ଜଣ, ଖୋର୍ଦ୍ଧାରୁ ୫୮୪ ଜଣ, କୋରାପୁଟରୁ ୭୭ଜଣ, ମାଲକାନଗିରିରୁ ୮୪ଜଣ, ମୟୁରଭଞ୍ଜରୁ ୧୫୪ଜଣ, ନବରଙ୍ଗପୁରରୁ ୩୫ ଜଣ, ନୟାଗଡ଼ରୁ ୧୧୦ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୧୮୯ଜଣ, ରାୟଗଡ଼ାରୁ ୨୧ଜଣ, ସମ୍ୱଲପୁରରୁ ୩୧ଜଣ, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଏବଂ ରାଜ୍ୟ ପୁଲ୍ରୁ ୯୭ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୧୨,୮୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୭୭,୫୪୦ ଜଣ ସୁସ୍ଥ ହୋଇଥିବା ବେଳେ ୩୧ହଜାର ୨୩୧ଜଣ ସକ୍ରିୟ ମାମଲା ରହିଛି ।
