ରାଜ୍ୟରେ ଆଉ ୨,୦୭୦ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶୁକ୍ରବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୨ହଜାର ୦୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୧୯୫ ଓ ସ୍ଥାନୀୟ ଅଞ୍ଚଳରୁ ୮୭୫ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୪୯ହଜାର ୯୨୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୭ ଜଣ ଥିବାବେଳେ ବାଲେଶ୍ବରରୁ ୧୭୬ଜଣ, ବରଗଡ଼ରୁ ୧୫ଜଣ, ଭଦ୍ରକରୁ ୬୬ଜଣ, ବଲାଙ୍ଗୀରରୁ ୭ଜଣ, ବୌଦ୍ଧରୁ ୧୧ଜଣ, କଟକରୁ ୩୧୯ଜଣ, ଦେବଗଡ଼ରୁ ୩ଜଣ, ଢେଙ୍କାନାଳରୁ ୪୪ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୯୭ ଜଣ, ଯାଜପୁରରୁ ୧୩୬ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୨ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୭୭ଜଣ, କେଉଁଝରରୁ ୫୬ ଜଣ, ଖୋର୍ଦ୍ଧାରୁ ୪୪୬ ଜଣ, କୋରାପୁଟରୁ ୨୩ଜଣ, ମାଲକାନଗିରିରୁ ୨୦ ଜଣ, ମୟୁରଭଞ୍ଜରୁ ୮୧ଜଣ, ନବରଙ୍ଗପୁରରୁ ୧୧ ଜଣ, ନୟାଗଡ଼ରୁ ୫୯ ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୧୧୦ଜଣ, ରାୟଗଡ଼ାରୁ ୧୮ଜଣ, ସମ୍ୱଲପୁରରୁ ୧୬ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୬୬ ଓ ରାଜ୍ୟ ପୁଲରୁ ୮୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୪୯,୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୨୩,୨୦୯ ଜଣ ସୁସ୍ଥ ହୋଇଥିବା ବେଳେ ୨୧,୭୪୨ଜଣ ସକ୍ରିୟ ମାମଲା ରହିଛି ।
